ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ସମୁଦ୍ର ମଧ୍ୟରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର l ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର 7.6 କିମି ଯାଏଁ ବ୍ୟାପିଛି  l ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୧୩ ଜିଲ୍ଲା  ରାୟଗଡା, କନ୍ଧମାଳ, ବୌଦ୍ଧ, ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ସୋନପୁର ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!