ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଖୋର୍ଦ୍ଧା ଜିଲ୍ଲାରେ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ। ରାଜ୍ୟର ଗୌରବମୟ ପାଇକ ପରମ୍ପରାର ସାମୁହିକ ବିକାଶ ନିମନ୍ତେ ଏହି କେନ୍ଦ୍ର ରାଜ୍ୟ ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଢାଞ୍ଚାରେ ପ୍ରତିଷ୍ଠା ହେବ। ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ଦେଶ ବିଦେଶରେ ପାଇକ ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାରରେ ବେଶ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ। ପାଇକ ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାରରେ କେନ୍ଦ୍ର ସହାୟକ ହେବ। ସ୍ବତନ୍ତ୍ର ପାଠ୍ୟକ୍ରମ ଜରିଆରେ ଶିକ୍ଷା ପ୍ରଦାନ ସହିତ ପ୍ରଶିକ୍ଷଣ, ଗବେଷଣା ଓ ଛାତ୍ରବୃତ୍ତି ବ୍ୟବସ୍ଥା ରହିବ। ଖୋର୍ଦ୍ଧା ଗସ୍ତ ସମୟରେ 5T ସଚିବଙ୍କୁ ଭେଟି ଦାବି ଜଣାଇଥିଲେ ବିଭିନ୍ନ ପାଇକ ସଂଗଠନ।

ପାଇକ ମାନଙ୍କ ସାମୁହିକ ବିକାଶ ପାଇଁ ସ୍ବତନ୍ତ୍ର ପାଠ୍ୟକ୍ରମ ଜରିଆରେ ଶିକ୍ଷା ପ୍ରଦାନ ସହିତ ପ୍ରଶିକ୍ଷଣ ଓ ଗବେଷଣାର ବ୍ୟବସ୍ଥା ରହିବ। ଶିକ୍ଷାର୍ଥୀ ମାନଙ୍କ ପାଇଁ ଛାତ୍ର ବୃତ୍ତିର ମଧ୍ୟ ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ ଏହି କେନ୍ଦ୍ର ଗଡ ଖୋର୍ଦ୍ଧା ଠାରେ ଅସ୍ଥାୟୀ ଭାବରେ କାର୍ଯ୍ୟ କରିବ। ପରେ ଯଥାଶୀଘ୍ର ଏହି କେନ୍ଦ୍ର ପାଇଁ ସ୍ଥାନ ନିରୂପଣ ଓ ଡି.ପି.ଆର ପ୍ରଦାନ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Post Views6 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!