ନିଯୁକ୍ତି ପାଇବେ ୨୦ ହଜାର ପ୍ରାଥମିକ ଶିକ୍ଷକ

ନୂଆ ନିଯୁକ୍ତି ପାଇଁ ଓସେପା ୱେବସାଇଟରେ ବିଜ୍ଞପ୍ତି ପ୍ରକାଶ କଲା । ନିଯୁକ୍ତି ପାଇବେ ୨୦ ହଜାର ପ୍ରାଥମିକ ଶିକ୍ଷକ । ଆସନ୍ତା ୧୩ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଓସେପା ୱେବସାଇଟ୍ osepa.odisha.gov.in‌ରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ଆବେଦନ କରାଯାଇପାରିବ । ଏହି ପ୍ରକ୍ରିୟା ସଂପୂର୍ଣ୍ଣ ଭାବେ ଅନ୍ଲାଇନ୍‌ରେ ହେବ । କମ୍ପ୍ୟୁଟର ବେସ୍ଡ ଟେଷ୍ଟ ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ପ୍ରାର୍ଥୀ ଚୟନ କରାଯିବ । ଜିଲ୍ଲା ଅନୁସାରେ ଜିଲ୍ଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ଓସେପା ୱେବସାଇଟରେ ନିଯୁକ୍ତି ସମ୍ବନ୍ଧୀୟ ସମସ୍ତ ତଥ୍ୟ ପ୍ରଦାନ କରାଯିବ । ଅନଲାଇନରେ ଆବେଦନ ପ୍ରକ୍ରିୟାରେ ସମସ୍ୟା ହେଲେ ଏକ ଯୋଗାଯୋଗ ନମ୍ବର ମଧ୍ୟ ଦିଆଯାଇଛି ।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!