ପୁରୀ ପୌରପାଳିକା ଲିଜ୍‌ ଜମିଗୁଡିକ ହେବ ନିୟମିତ

ପୁରୀ ପୌରପାଳିକା ବହୁ ବର୍ଷ ଧରି ବିଭିନ୍ନ ଅନୁଷ୍ଠାନ ଓ ଲୋକମାନଙ୍କୁ ଲିଜ ସୂତ୍ରରେ ପ୍ରାୟ ୫୦୪ ଏକର ଜମି ଦେଇଛି ।

ଏହି ଉଚ୍ଚସ୍ତରୀୟ ବୈଠକରେ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଓ ପୌରପାଳିକା ନିୟମ ଅନୁସାରେ ଆବଣ୍ଟିତ ଲିଜ୍ ନିୟମିତ କରିବା ପାଇଁ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ମାନଙ୍କ ଉପରେ ଉପଯୁକ୍ତ ଦେୟ ଧାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିସ୍ତୃତ ଆଲୋଚନା କରାଯାଇ ନିଷ୍ପତ୍ତି ହୋଇଛି ।

ପୁରୀ ପୌରପାଳିକା ଦ୍ଵାରା ପୌରପାଳିକା ନିୟମ ଓ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ଲିଜଗୁଡିକୁ ନିୟମିତ କରିବା ପାଇଁ ବୈଠକରେ ନୀତିଗତ ନିଷ୍ପତ୍ତି ନିଆଯାଇଛି ।

ଏହି କାର୍ଯ୍ୟକୁ ଧାର୍ଯ୍ୟ ଅବଧି ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ଆବଶ୍ୟକ ସର୍ଭେ କାମକୁ ୨୦ ଦିନ ମଧ୍ୟରେ ଶେଷ କରିବା ପାଇଁ ୫-ଟି ସଚିବ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ଜିଲ୍ଲାପାଳଙ୍କୁ ଆବଶ୍ୟକ ଅତିରିକ୍ତ ରାଜସ୍ବ ଅଧିକାରୀ ଯୋଗାଇ ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବଙ୍କ ପୁରୀ ଓ ନୟାଗଡ ଜିଲ୍ଲା ଗସ୍ତ ସମୟରେ ଜନସାଧାରଣଙ୍କ ଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା।

ଏ ସଂପର୍କରେ 5-ଟି ସଚିବ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ଆଜି ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିସ୍ତୃତ ଆଲୋଚନା କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

Post Views74 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!