ମୁଖ୍ୟମନ୍ତ୍ରୀଙ୍କ ଭଉଣୀ ଗୀତା ମେହେଟ୍ଟାଙ୍କ ଦେହାନ୍ତ

ଆଉ ନାହାନ୍ତି ଅନ୍ତର୍ଜାତୀୟ ସ୍ତରର ଲେଖିକା ଗୀତା ମେହେଟ୍ଟା । ୮୦ ବର୍ଷ ବୟସରେ ଗତକାଲି ନୂଆଦିଲ୍ଲୀସ୍ଥିତ ବାସଭବନରେ ତାଙ୍କର ହୋଇଛି ଦେହାନ୍ତ । ଗୀତା ମେହେଟ୍ଟା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଉଣୀ । ସେ ଏକାଧାରରେ ଜଣେ ଲେଖିକା, ବୃତ୍ତଚିତ୍ର ନିର୍ମାତା, ସାମ୍ବାଦିକା ଥିଲେ । ୧୯୪୩ରେ ଜନ୍ମିତ ଗୀତା ଭାରତ ଓ ବ୍ରିଟେନରେ ଶିକ୍ଷା ଲାଭ କରିଥିଲେ । ସେ କେମ୍ବ୍ରିଜ ବିଶ୍ବବିଦ୍ୟାଳୟରେ ଉଚ୍ଚ ଶିକ୍ଷା ଲାଭ କରିଥିଲେ । ତାଙ୍କର କେତେକ ପ୍ରଖ୍ୟାତ ପୁସ୍ତକ ହେଉଛି- କର୍ମା କୋଲା, ସ୍ନେକ ଆଣ୍ଡ ଲ୍ୟାଡର୍ସ, ଏ ରିଭର ସୂତ୍ର, ଦ ଏଟରନାଲ ଗଣେଶ ଇତ୍ୟାଦି । ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗତ ୨୦୧୯ ମସିହାରେ କେନ୍ଦ୍ର ସରକାର ତାଙ୍କ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିବାକୁ ଘୋଷଣା କରିଥିଲେ । କିନ୍ତୁ ତାହାକୁ ପ୍ରତ୍ୟାଖ୍ୟାନ କରି ସେ ଚର୍ଚ୍ଚାକୁ ଆସିଥିଲେ ।

 

Post Views10 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!