ମନ୍ତ୍ରୀ ପ୍ରମିଳା ମଲ୍ଲିକ ହେଲେ ବିଜେଡ଼ି ବାଚସ୍ପତି ପ୍ରାର୍ଥୀ

ଗତ ଜୁନ୍ ୩ ତାରିଖରେ ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେବା ପରଠୁ ବାଚସ୍ପତି ପଦ ଖାଲି ପଡ଼ିଛି ।

ଆଉ ଏପରି ସ୍ଥଳରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଶାସକ ବିଜେଡି ଆଜି ନିଜର ବିଧାନସଭା ବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣା କରିଛି ।

ବିଜେଡି ଉପସଭାନେତ୍ରୀ ଶ୍ରୀମତୀ ମଲ୍ଲିକ ଆସନ୍ତାକାଲି ନିଜର ନାମାଙ୍କନ ପତ୍ର ଦାଖଲ କରିବେ ଓ ଅନ୍ୟ କୌଣସି ଦଳ ନିଜର ପ୍ରାର୍ଥୀ ଦେଉନଥିବାରୁ ସେ ନିଦ୍ୱନ୍ଦ୍ୱରେ ବାଚସ୍ପତି ହେବା ପ୍ରାୟତଃ ସ୍ପଷ୍ଟ ହୋଇଯାଇଛି ।

ଆଉ ତାଙ୍କର ବିଜୟ ସହ ସେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ହେବାର ଗୌରବ ମଧ୍ୟ ଲାଭ କରିବେ ।

Post Views74 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!