ଆଖି ବୁଜିଲେ ସବୁଜ ବିପ୍ଳବର ଜନକ

() ଆଉନାହାନ୍ତି ସବୁଜ ବିପ୍ଲବର ଜନକ ଏମଏସ ସ୍ବାମୀନାଥନ । ୯୮ ବର୍ଷ ବୟସରେ ସ୍ବାମୀନାଥନଙ୍କ ହୋଇଛି ପରଲୋକ । ଜଣେ ଅନ୍ତର୍ଜାତୀୟ ସ୍ତରର କୃଷିଅର୍ଥନୀତିଜ୍ଞ, କୃଷି ବିଜ୍ଞାନୀ ଓ ପ୍ଲାଣ୍ଟ ଜେନେଟିସିଷ୍ଟ ଭାବେ ଖ୍ୟାତି ଅର୍ଜନ କରିଥିଲେ ସ୍ବାମୀନାଥନ । ଗହମ ଓ ଧାନକୁ ଅଧିକ ଉତ୍ପାଦନକ୍ଷମ କରିବା ଦିଗରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ଏମଏସ ସ୍ବାମୀନାଥନ ରିସର୍ଚ୍ଚ ଫାଉଣ୍ଡେସନର ସେ ପ୍ରତିଷ୍ଠାତା ଥିଲେ । ଟାଇମ ମାଗାଜିନରେ ବିଂଶ ଶତାବ୍ଦୀର ସବୁଠାରୁ ପ୍ରଭାବଶାଳୀ ଏସୀୟଙ୍କ ତାଲିକାରେ ତାଙ୍କ ନାମ ସ୍ଥାନୀତ ହୋଇଥିଲା ।

ଜାତିସଂଘ ପରିବେଶ କାର୍ଯ୍ୟକ୍ରମ ବା ୟୁଏନଇପି ପକ୍ଷରୁ ତାଙ୍କୁ ଇକୋନୋମିକ ଇକୋଲୋଜିର ଜନକ ଭାବେ ଉପସ୍ଥାପିତ କରାଯାଇଥିଲା । ସ୍ବାମୀନାଥନ ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନର ନିର୍ଦ୍ଦେଶକ ଓ ମହାନିର୍ଦ୍ଦେଶକ, ଭାରତ ସରକାରଙ୍କ କୃଷି ଗବେଷଣା ଓ ଶିକ୍ଷା ବିଭାଗ ସଚିବ, କୃଷି ମନ୍ତ୍ରାଳୟର ସ୍ବତନ୍ତ୍ର ସଚିବ, ଆନ୍ତର୍ଜାତିକ ଧାନ ଗବେଷଣା ପ୍ରତିଷ୍ଠାନର ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ । ଓଡିଶାର ଜୟପୁରଠାରେ ଏମଏସ ସ୍ବାମୀନାଥନ ଗବେଷଣାକେନ୍ଦ୍ରର ଏକ ଶାଖା ଖୋଲିଥିଲେ ସ୍ବାମୀନାଥନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗବେଷଣାଗାର ଲାଗି ଜମି ଯୋଗାଇଥିଲେ ।

Post Views14 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!