୨୦୦୦ ଟଙ୍କିଆ ବଦଳାଇବାର ଶେଷ ଦିନ ଆଜି

ଭାରତୀୟ ରିଜର୍ଭ ବ୍ୟାଙ୍କ ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇବା ଲାଗି ଯେଉଁ ଚାରି ମାସର ସମୟ ଦେଇଥିଲା ତାହା ଶନିବାର ଶେଷ ହେଉଛି। ମେ’ ୨୩ରୁ ନୋଟ୍ ବଦଳାଇବା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ନୋଟ୍ଗୁଡ଼ିକୁ ବ୍ୟାଙ୍କରେ ବଦଳାଇବା ଓ ଜମା କରିବା ଲାଗି ରିଜର୍ଭ ବ୍ୟାଙ୍କ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ସମୟ ଦେଇଥିଲା ଯାହା ଶେଷ ହେଉଛି।

୨୦୧୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିମୁଦ୍ରୀକରଣ ଘୋଷଣା କରିବା ପରେ ବଜାରରେ ଦେଖାଦେଇଥିବା ନଗଦ ରାଶିର ଅଭାବ ପୂରଣ କରିବା ଲାଗି ୨୦୦୦ ଟଙ୍କିଆ ଆସିଥିଲା। ଚଳିତ ବର୍ଷ ମେ’ ୧୯ରେ ସେହି ବଡ଼ ନୋଟ୍ ପ୍ରତ୍ୟାହାର କରିବା ବିଷୟରେ ରିଜର୍ଭ ବ୍ୟାଙ୍କ ଘୋଷଣା କରିଥିଲା।

ଗତ ମେ’ରେ ବଜାରରେ ସାଢ଼େ ତିନି ଲକ୍ଷ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଦୁଇ ହଜାର ଟଙ୍କିଆ ଥିଲା। ସଦ୍ୟତମ ସୂଚନା ଅନୁସାରେ ସେଥିରୁ ୯୩ ପ୍ରତିଶତ ନୋଟ୍ ବ୍ୟାଙ୍କ ପାଖକୁ ଫେରିଆସିଛି। ଏବେବି ପ୍ରାୟ ୨୪ ହଜାର କୋଟି ଟଙ୍କାର ୨୦୦୦ ଟଙ୍କିଆ ଫେରିନାହିଁ।

ତେବେ ୨୦୦୦ ଟଙ୍କିଆ ବଦଳାଇବା ଓ ଜମା କରିବାର ସମୟ ସୀମାକୁ ଆଉ ଏକ ମାସ ବଢ଼ାଇବା ବିଷୟରେ ରିଜର୍ଭ ବ୍ୟାଙ୍କ ବିଚାର କରୁଥିବା ଆଲୋଚନା ହେଉଛି।

Post Views17 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!