ଆପ୍ ସାଂସଦ ସଂଜୟ ସିଂଙ୍କ ଘରେ ଇଡି ରେଡ୍ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ରାଜ୍ୟସଭା ସାଂସଦ ସଂଜୟ ସିଂଙ୍କ ଘରେ ଚଢ଼ାଉ କରିଛି ଇଡି । ସଞ୍ଜୟ ସିଂହଙ୍କ ବାସଭବନରେ ଆଗରେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଏହାପୂର୍ବରୁ ମଧ୍ୟ ସଂଜୟ ସିଂଙ୍କ ଘରେ ଚଢାଉ କରିଥିଲା । ଅବକାରୀ ଦୁର୍ନୀତି ମାମଲାର ଚାର୍ଜସିଟରେ ମଧ୍ୟ ସଂଜୟ ସିଂଙ୍କ ନାଁ ରହିଛି । ଏହି ମାମଲାରେ ପୂର୍ବରୁ ଗିରଫ ହୋଇ ଜେଲରେ ଅଛନ୍ତି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ । ଚଳିତ ବର୍ଷ ଫେବ୍ରୁୟାରୀରେ ମନୀଷ ସିସୋଦିଆଙ୍କୁ ଗିରଫ କରାଯାଇଛି । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଆପର ଅନେକ ନେତା ତଦନ୍ତକାରୀ ସଂସ୍ଥାର ରାଡାରରେ ଅଛନ୍ତି ।

