କାହିଁକି କରାଯାଏ ମହାଳୟା ଶ୍ରାଦ୍ଧ

ଆଜି ପବିତ୍ର ମହାଳୟା । ଆଶ୍ବିନ ମାସ କୃଷ୍ଣପକ୍ଷ ପ୍ରତିପଦାଠାରୁ ଆରମ୍ଭ ହୋଇଥିବା ପିତୃ ପକ୍ଷର ଶେଷ ଦିନ । ପିତୃପକ୍ଷ ଲୋକଙ୍କ ଆତ୍ମାର ସଦଗତି କାମନା କରି ଶ୍ରାଦ୍ଧ ଦେଉଛନ୍ତି ଆତ୍ମୀୟ । ଆଜିର ଦିନରେ ଯେଉଁ ପିଣ୍ଡଦାନ କରାଯାଏ, ସେଥିରେ ପିତୃପୁରୁଷଙ୍କୁ ପୂର୍ଣ୍ଣ ମୋକ୍ଷ ପ୍ରାପ୍ତି ହେବାର ବିଶ୍ବାସ ରହିଛି । ହିନ୍ଦୁ ଧର୍ମ ପରଂପରାରେ ପିତୃପୁରୁଷଙ୍କ ପାଇଁ ପାଳନ କରାଯାଉଥିବା ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ ମହାଳୟା ଶ୍ରେଷ୍ଠତମ । ବିଶେଷ କରି ପିତା, ପିତାମହ, ପ୍ରପିତାମହ, ମାତା, ପିତାମୟୀ, ପ୍ରପିତାମୟୀ, ମାତାମହ, ପ୍ରମାତାମହ, ଆଦିଙ୍କ ଉଦ୍ଦେଶ୍ୟରେ ତର୍ପଣ ଓ ଶ୍ରାଦ୍ଧ ଆଦି କର୍ମ ପାଇଁ ଶ୍ରୀକ୍ଷେତ୍ରରେ ଭକ୍ତ ଓ ଶ୍ରଦ୍ଧାଳୁ ଭିଡ଼ ଜମାଇଥାନ୍ତି ।

Post Views27 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!