ସ୍ୱେଚ୍ଛାକୃତ ଅବସର ନେଲେ ଭି.କେ ପାଣ୍ଡିଆନ୍

୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ଅଫିସର ଭିକେ ପାଣ୍ଡିଆନ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଙ୍କୁ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ପାଇଁ ଅନୁମତି ମିଳିଛି ।

ସୂଚନା ଅନୁସାରେ, ୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ପାଣ୍ଡିଆନ ଅକ୍ଟୋବର ୨୦ତାରିଖରେ ସରକାରୀ ଚାକିରିରୁ ଅବସର ନେବା ପାଇଁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟକୁ ଆବେଦନ କରିଥିଲେ । ତାଙ୍କର ଆବେଦନକୁ ଆଜି କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି । ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ଅନୁସଚିବ ଭୂପିନ୍ଦର ପାଲ ସିଂ ଆଜି ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ।

ଗତ ୨୦ତାରିଖରେ ସେ ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କରିଥିଲେ । ଉଭୟ ବିଜେଡି ଓ ସରକାରୀ କଳରେ ପାଣ୍ଡିଆନ ପ୍ରଭାବଶାଳୀ  ଅଛନ୍ତି । ସାଧାରଣ ନିର୍ବାଚନର ଠିକ୍ ପୂର୍ବରୁ ପାଣ୍ଡିଆନ ସରକାରୀ ଚାକିରି ଛାଡ଼ିବାକୁ ନେଇ ରାଜନୀତିକ ମହଲରେ ବିଭିନ୍ନ ଚର୍ଚ୍ଚା ଆରମ୍ଭ ହୋଇଛି ।

Post Views13 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!