ଅଧର୍ମ ଉପରେ ଧର୍ମର ଜୟ । ଅସତ୍ୟ ଉପରେ ସତ୍ୟର ବିଜୟ । ଦୁର୍ଗତୀନାଶିନୀ ମା’ ଦୁର୍ଗାଙ୍କ ଆଜି ଦଶହରା ବା ବିଜୟା ଦଶମୀ । ଗାଁଠୁ ସହର, ସବୁଠି ଦଶଭୂଜାଙ୍କ ଆରାଧନା । ପବିତ୍ର ବିଜୟା ଦଶମୀରେ ପୀଠ ଓ ମଣ୍ଡପରେ ମା’ଙ୍କର ହେଉଛି ମହାପୂଜା । ମହିଷାମର୍ଦ୍ଦିନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାମାୟା । ଉପଚାର ପୂଜା ସହ ଅନୁଷ୍ଠିତ ହେଉଛି ନୀତିକାନ୍ତି । ଅପରାଜିତା ପୂଜା ଶେଷ ପରେ ମଣ୍ଡପରେ ଘଟ ବିସର୍ଜନ ହୋମଯଜ୍ଞ ପାଳିତ ହେବ । ମାଆଙ୍କ ଦର୍ଶନ କରି ସୌଭାଗ୍ୟ ଲାଭ କରୁଛନ୍ତି ହଜାର ହଜାର ଭକ୍ତ । ବିଜୟା ଦଶମୀରେ ବଙ୍ଗୀୟ ପରମ୍ପରା ଅନୁଯାୟୀ ବିଭିନ୍ନ ପୂଜା ମଣ୍ଡପରେ ସିନ୍ଦୂରଖେଳ ହେଉଛି । ମହିଳାମାନେ ମା’ଦୁର୍ଗାଙ୍କୁ ସିନ୍ଦୂର ଲଗାଇ ପରସ୍ପର ମଧ୍ୟରେ ସିନ୍ଦୂର ଖେଳୁଛନ୍ତି । ସଂଧ୍ୟାରେ ରାବଣପୋଡି ଅନୁଷ୍ଠିତ ହେବ ।

