ନୂଆ ଦାୟିତ୍ଵ ଗ୍ରହଣ ପରେ ପୁରୀ ରୁ ପ୍ରଥମ ସମୀକ୍ଷା

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀ ଭି କେ ପାଣ୍ଡିଆନ୍ ଅଧ୍ୟକ୍ଷ 5T ଓ ନବୀନ ଓଡିଶା ଆଜି ବଡିଭୋର ରୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ .ଭୋର୍ 4 ରୁ 6 ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିଥିଲା . ନୂଆ ଦାୟିତ୍ଵ ଗ୍ରହଣ ପରେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍ ଙ୍କ ଏହା ଥିଲା ପ୍ରଥମ ସମୀକ୍ଷା .

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ଡିସେମ୍ବର 15 ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ. ଏହା ନୂଆବର୍ଷ ରେ ଭକ୍ତ ମାନଙ୍କୁ ନୂଆ ଅନୁଭବ ଦେବ ବୋଲି ସେ ମତ ବ୍ୟକ୍ତ କରିଥିଲେ.

ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ . ପରିକ୍ରମା ପ୍ରକଳ୍ପ landscaping କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ . ସେ ଶ୍ରୀମନ୍ଦିର ଚାରି ଦ୍ଵାର କାମ ମଧ୍ୟ ବୁଲି ଦେଖିଥିଲେ.

ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡି ର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ . ଏତଦବ୍ୟତୀତ ମେଘନାଦ ପାଚେରୀ ପାଖରୁ ବିଭିନ୍ନ utilities ଗୁଡିକ ର ସ୍ଥାନାନ୍ତର ,ପରିକ୍ରମା ପ୍ରକଳ୍ପ ର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵ ଆରୋପ କରିଥିଲେ .
ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀ ମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧା ର ବିକାଶ , ପ୍ରମୋଦ ଉଦ୍ୟାନ, ଓ ଶ୍ରୀ ସେତୁ କାମ ର ଅଗ୍ରଗତି ଶ୍ରୀ ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟ ରେ କାମ ଶେଷ କରିବାକୁ ନିର୍ଦେଶ ଦେଇଥିଲେ . ଏଥି ପାଇଁ ଅଧିକ ଲୋକ ନିୟୋଜିତ କରିବା ପାଇଁ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ .
ଏହି ପରିଦର୍ଶନ ସମୟରେ ପୁରୀ ଜିଲ୍ଲାପାଳ ,SP OBCC MD ଏବଂ ବିଭିନ୍ନ executing agency ର ଅଧିକାରୀ ମାନେ ଉପସ୍ଥିତ ଥିଲେ.

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!