ରେଳ ଦୁର୍ଘଟଣା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ

ବାହାନଗା ଟ୍ରେନ ଟ୍ରାଜେଡିର ଦୁଃଖ ମନରୁ ଲିଭି ନଥିବା ବେଳେ ପୁଣି ଓଡିଶା ସୀମାରେ ଏକ ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣା ।

ଓଡ଼ିଶା-ଆନ୍ଧ୍ର ସୀମାନ୍ତବର୍ତୀ ଜିଲ୍ଲା ବିଜୟନଗରମ୍ ଜିଲ୍ଲା କାଣ୍ଟାକାପାଲ୍ଲୀ ଓ ଆଲମଣ୍ଡା ଷ୍ଟ୍ରେସନ ମଧ୍ୟରେ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଛି ରେଳ ଦୁର୍ଘଟଣାରେ ମୃତ ସମସ୍ତ ଯାତ୍ରୀଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ।

ସେହିପରି ଆହତଙ୍କୁ ୫୦ ହଜାର ଟଙ୍କାର ଅନୁକମ୍ପା ମୂଳକ ରାଶି ଦିଆଯିବ । ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡରୁ ମୃତାହତଙ୍କୁ ସହାୟତା ରାଶି ଦିଆଯିବାକୁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । ଟ୍ରେନ୍ ଦୁର୍ଘଟଣାରେ ମୃତାହତ ଯାତ୍ରୀଙ୍କ ପରିବାରକୁ ସମବେଦନା ଜଣାଇ ଗଭୀର ଦୁଃଖପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!