ନୀତା ଅମ୍ବାନୀଙ୍କୁ ଗ୍ଲୋବାଲ ଲିଡରଶିପ ପୁରସ୍କାର

ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ନୀତା ଅମ୍ବାନୀଙ୍କୁ ଗ୍ଲୋବାଲ ଲିଡରଶିପ ପୁରସ୍କାରରେ ସମ୍ମାନିତ କରାଯାଇଛି। ଦିଲ୍ଲୀରେ ଆମେରିକା ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ ଫୋରମ (ୟୁଏସ୍ଆଇଏସ୍ପିଏଫ୍) ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୀତା ଅମ୍ବାନୀଙ୍କୁ ଫୋରମ ଚେୟାରମ୍ୟାନ ଜନ ଚାମ୍ବର୍ସ ପୁରସ୍କାର ପ୍ରଦାନ କରିଛନ୍ତି । ଜଣେ ବ୍ୟକ୍ତିତ୍ୱ ହେଉଛନ୍ତି ନୀତା ଏମ ଅମ୍ବାନୀ। ସେ ରିଲାଏନ୍ସ ଫାଉଣ୍ଡେଶନରେ କଳା, କ୍ରୀଡା, ସଂସ୍କୃତି ଏବଂ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି ।

ଏ ଅବସରରେ ନୀତା ଅମ୍ବାନୀ କହିଛନ୍ତି ଯେ, ସେ ରିଲାଏନ୍ସ ଫାଉଣ୍ଡେଶନକୁ ପ୍ରତିନିଧିତ୍ୱ କରନ୍ତି। ଯାହା ମାଧ୍ୟମରେ ୭ କୋଟିରୁ ଅଧିକ ଲୋକଙ୍କ ସଂସ୍ପର୍ଶରେ ଆସିପାରିଛନ୍ତି। ସେହିପରି ୟୁଏସ୍ଆଇଏସ୍ପିଏଫ ଏକ ବିବୃତି ଜାରି କରି କହିଛି ଯେ, ନୀତା ଅମ୍ବାନୀ ସାମାଜିକ କାର୍ଯ୍ୟରେ ସକ୍ରିୟ ଭାବରେ ଜଡ଼ିତ ରହିଥିବା ଜଣେ ବିଜ୍ନେସ ଲିଡର । ତାଙ୍କ ନେତୃତ୍ୱରେ ରିଲାଏନ୍ସ ଫାଉଣ୍ଡେଶନ ଶିକ୍ଷା, କଳା, କ୍ରୀଡା ଏବଂ ସ୍ବାସ୍ଥ୍ୟସେବା ପ୍ରଦାନ ସହ ମହିଳା ସଶକ୍ତୀକରଣ ଓ ଶିଶୁ ସୁରକ୍ଷା ଦିଗରେ କାର୍ଯ୍ୟ କରୁଛନ୍ତି।

ୟୁଏସ୍ଆଇଏସ୍ପିଏଫ କଳା ଏବଂ ସଂସ୍କୃତିରେ ନୀତା ଅମ୍ବାନୀଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ଥିବାରୁ ନିକଟରେ ସେ ନ୍ୟୁୟର୍କର ମେଟ୍ରୋପଲିଟାନ ମ୍ୟୁଜିୟମ ଅଫ୍ ଆର୍ଟ ବୋର୍ଡରେ ସମ୍ମାନିତ ଟ୍ରଷ୍ଟି ଭାବରେ ମନୋନୀତ ହୋଇଥିଲେ । ଗତ ବର୍ଷ ମୁମ୍ବାଇରେ ନୀତା ମୁକେଶ ଅମ୍ବାନୀ ସାଂସ୍କୃତିକ କେନ୍ଦ୍ର (ଏନ୍ଏମଏସିସି) ଶୁଭାରମ୍ଭ କରାଯାଇଥିଲା, ଯାହାକୁ ଅନେକ ପ୍ରଶଂସା ମିଳିଥିଲା।
ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି)ରେ ଭାରତର ପ୍ରତିନିଧି ଭାବରେ ନୀତା ଅମ୍ବାନୀ ସଫଳତାର ସହ ଭାରତୀୟ ପ୍ରତିନିଧି ମଣ୍ଡଳୀର ନେତୃତ୍ୱ ନେଇଥିଲେ, ଯାହା ଚାରି ଦଶନ୍ଧି ପରେ ଭାରତରେ ୧୪୧ତମ ଆଇଓସି ଅଧିବେଶନ ଆୟୋଜନ କରିବାର ଅଧିକାର ଜିତିଥିଲା । ଅକ୍ଟୋବର ୨୦୨୩ରେ ମୁମ୍ବାଇରେ ଏହି ଅଧିବେଶନ ସଫଳତାର ସହିତ ଅନୁଷ୍ଠିତ ହୋଇଥିଲା।

Post Views7 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!