() ପୁରୀର ପୂର୍ବତନ ବିଧାୟକ ମହେଶ୍ବର ମହାନ୍ତିଙ୍କ ପରଲୋକ । ୬୭ ବର୍ଷ ବୟସରେ ମହେଶ୍ବରଙ୍କର ପରଲୋକ ହୋଇଛି । ଭୁବେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହେଶ୍ବରଙ୍କର ପରଲୋକ ହୋଇଛି । ଗତ ଏକ ତାରିଖ ରାତିରେ ମହେଶ୍ବର ମହାନ୍ତି ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ପ୍ରଥମେ ତାଙ୍କୁ ନ୍ୟୁରୋଲୋଜି ବିଭାଗରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ଭୋର ୩ଟା ୨୫ରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି ।


