ଆଉ ତିନିଟି ଜିଲ୍ଲାରେ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର ।

ଅକ୍ଟୋବର ୧୦ ତାରିଖରେ ‘ଆମ ଓଡିଶା ନବୀନ ଓଡିଶା’ ଯୋଜନା ଆରମ୍ଭ ହୋଇଛି। ଆଜି ଆଉ ତିନିଟି ଜିଲ୍ଲାକୁ ସାମିଲ କରାଯିବ । ସୁନ୍ଦରଗଡ,ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାକୁ ଏହି ଯୋଜନାରେ ଆଜି ସାମିଲ କରାଯାଇ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରାଯିବ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ତିନିଟି ଜିଲ୍ଲାରେ ଆଭାସୀ ଜରିଆରେ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବେ। ସୁନ୍ଦରଗଡ ଜିଲ୍ଲାରେ ୧୩୯.୫୦ କୋଟି ଟଙ୍କା ବ୍ୟୟରେ ୩୦୧୬ ପ୍ରକଳ୍ପ, ଢେଙ୍କାନାଳ ଜିଲ୍ଲାରେ ୧୦୬ କୋଟି ଟଙ୍କାରେ ୩୦୫୩ ପ୍ରକଳ୍ପ ଏବଂ ବୌଦ୍ଧ ଜିଲ୍ଲାରେ ୩୪.୫୦ କୋଟି ଟଙ୍କା ବ୍ୟୟରେ ୧,୧୫୯ ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!