ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ। ବଲାଙ୍ଗିର ଆୟୁର୍ବେଦିକ କଲେଜ ଆଣ୍ଡ ହସ୍ପିଟାଲ ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଜଢ଼ାଉ କରାଯାଇଛି।

ସୂଚନାଯୋଗ୍ୟ, ଗତକାଲି ଭୁବନେଶ୍ୱର ଜନସ୍ୱାସ୍ଥ୍ୟ ଡିଭିଜନ ଅଧିକ୍ଷଣ ଯନ୍ତ୍ରୀ ବିଶ୍ୱବନ୍ଧୁ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଥିଲା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରାଯାଇଥିଲା। ବିଶ୍ୱବନ୍ଧୁଙ୍କର ପୈତୃକ ଘର ସମେତ ଭଦ୍ରକର ୨ଟି ସ୍ଥାନରେ ଚଢ଼ାଉ କରାଯାଇଥିବା ବେଳେ ଭୁବନେଶ୍ୱରର ମଧ୍ୟ ୪ଟି ସ୍ଥାନରେ ଚଢ଼ଉ କରାଯାଇଥିଲା।

ସୁଦର୍ଶନଙ୍କର ପୁରୀ ଜିଲ୍ଲାରେ ଥିବା ପୈତୃକ ଘର ସମେତ ୪ଟି ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି। ସେହିପରି ସମ୍ବଲପୁର ସ୍ଥିତ ପତ୍ନୀଙ୍କ କ୍ୱାର୍ଟର୍ସ ଓ ସୁଦର୍ଶନଙ୍କ ବଲାଙ୍ଗିର ଅଫିସ୍ରେ ରେଡ୍ କରାଯାଇଛି। ରେଡ୍ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଛି। ଭିଜିଲାନ୍ସର ୮ଜଣ ଡିଏସପି ଓ ୬ଜଣ ଇନ୍ସପେକ୍ଟର ଏହି ଚଢ଼ାଉରେ ସାମିଲ ହୋଇଛନ୍ତି।
ସୁଦର୍ଶନ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଘଟଣାର ତଦନ୍ତ କରି ଭିଜିଲାନ୍ସ ଆଜି ସୁଦର୍ଶନଙ୍କ ଘରେ ଚଢ଼ାଉ କରିଥିଲା।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!