ବଲାଙ୍ଗୀରରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ବଲାଙ୍ଗୀର ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ।

ବଲାଙ୍ଗୀର ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୯୬.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ପ୍ରକଳ୍ପ ଦୁଇଟି ହେଉଛି, ସୁନଗଡ ନଦୀରେ ସିକୁଆଁ/ସିଲେଟକଣି ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଓ ଅଙ୍ଗ ନଦୀରେ କୁଟସିଙ୍ଘା ନଦୀଗର୍ଭ ଜଳାଶୟ ପ୍ରକଳ୍ପ ।

ସିକୁଆଁ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୪୯ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ କୁଟସିଙ୍ଘା ପ୍ରକଳ୍ପ ପାଇଁ ୨୪୭.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ତେବେ ଏହାଦ୍ବାରା ୪ଟି ବ୍ଲକର ଲୋକ ଉପକୃତ ହେବେ ।

Post Views49 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!