ବାଙ୍କଚୂଡ ବେଶରେ ମହାପ୍ରଭୁ

() ଆଜି ପଞ୍ଚୁକର ଦ୍ବିତୀୟ ଦିନରେ ବାଙ୍କଚୂଡ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୂ । ଠାକୁର ସୁବର୍ଣ୍ଣ ଅଳଙ୍କାରରେ ବିଭୂଷିତ ହେବା ସହ ଚୂଡା ମଧ୍ୟ ଧାରଣ କରିଛନ୍ତି । ମହାପ୍ରଭୁଙ୍କ ଏହି ଅନନ୍ୟ ବେଶ ଦେଖିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଭୋର ୩ଟା ୪୫ରେ ଶ୍ରୀମନ୍ଦିର ଦ୍ୱାରଫିଟା ପରେ ଭୋର ୪ଟା ୪୦ରେ ମଙ୍ଗଳ ଆରତୀ, ପରେ ଅବକାଶ ନୀତି ବଢିବା ପରେ ଠାକୁରଙ୍କୁ ବାଙ୍କଚୂଡ ବେଶରେ ସଜ୍ଜିତ କରାଯାଇଛି ।

ଠାକୁରଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ପଞ୍ଚୁକ ଯାତ୍ରା ଅନ୍ୟତମ । କାଲି ତ୍ରୟୋଦଶୀରେ ତ୍ରିବିକ୍ରମ ବେଶ, ଚତୁର୍ଦ୍ଦଶୀରେ ଲକ୍ଷ୍ମୀନୃସିଂହ ବେଶ ଏବଂ ପୂର୍ଣ୍ଣିମା ଦିନ ମହାପ୍ରଭୁଙ୍କୁ ରାଜ ରାଜେଶ୍ୱର ବେଶ ବା ସୁନାବେଶରେ ସଜ୍ଜିତ କରାଯିବ । ଆଜିର ଦିନରେ ମହାପ୍ରଭୁଙ୍କର ଦୁର୍ଲଭ ବେଶ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ଫଳ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ବାସ ରହିଛି । ମର୍ଚ୍ଚିକୋଟ ଛକଠାରେ କରାଯାଇଥିବା ଅସ୍ଥାୟୀ ବ୍ୟାରିକେଡ଼ ଭିତରେ ଆସି ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ବାର ଦେଇ ପ୍ରବେଶ କରିବା ସହ ଉତ୍ତର ଦ୍ବାର ଦେଇ ପ୍ରସ୍ଥାନ କରୁଛନ୍ତି।ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁବିଧା ଓ ସୁରକ୍ଷାକୁ ନଜରରେ ରଖି ଜିଲ୍ଲା, ପୁଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିଶେଷ କରି ପାନୀୟ ଜଳ, ଅସ୍ଥାୟୀ ଶୌଚାଳୟ ସହ ବରିଷ୍ଠ ନାଗରିକଙ୍କ ପାଇଁ ସ୍ବତନ୍ତ୍ର ସେଡର ବ୍ୟବସ୍ଥା ମଧ୍ୟ ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପୁଲିସ ପ୍ରଶାସନ ପକ୍ଷରୁ ୪୦ ପ୍ଲାଟୁନ ଫୋର୍ସ ସହ ୭ ଜଣ ଅତିରିକ୍ତ ଏସପି, ୧୫ ଡିଏସପି, ୧୫୦ ଅଧିକାରୀ, ୪୦ ରୁ ଉର୍ଦ୍ଧ ଇନ୍ସପେକ୍ଟର ଦାୟିତ୍ବରେ ରହିଛନ୍ତି। ଏଥିସହ ୫୦ରୁ ଉର୍ଦ୍ଧ ସ୍ବେଛାସେବୀ ମଧ୍ୟ ନିୟୋଜିତ ଅଛନ୍ତି।

Post Views82 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!