ଦୁର୍ଘଟଣାରେ ୮ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ଘଟଗାଁ ନିକଟରେ ଏକ ସଡକ ଦୁର୍ଘଟଣାରେ ୮ ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ମୃତାହତ ସମସ୍ତ ବ୍ୟକ୍ତି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳର ବୋଲି ଜଣାପଡିଛି।
ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।
ଏହି ଦୁର୍ଘଟଣାରେ ଆହତ ୧୨ ଜଣଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!