ତେଲଙ୍ଗାନାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେବନ୍ଥ ରେଡ୍ଡୀ

ତେଲଙ୍ଗାନାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ରେବନ୍ଥ ରେଡ୍ଡୀ। ତେଲଙ୍ଗାନାର ଉପମୁଖ୍ୟମନ୍ତ୍ରୀ ଭାବେ ଭଟ୍ଟି ବିକ୍ରମାର୍କା ମଲ୍ଲୁ ଶପଥ ନେଇଛନ୍ତି। ସେହିପରି ଆଉ ୧୦ ଜଣ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସେମାନଙ୍କ ମଧ୍ୟରେ ଉତ୍ତମ କୁମାର ରେଡ୍ଡୀ ଅଛନ୍ତି। ସେ ମୁଖ୍ୟମନ୍ତ୍ରୀ ଦୌଡ଼ରେ ଥିଲେ। ଏହି ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ସୋନିଆ ଗାନ୍ଧି, ରାହୁଲ ଗାନ୍ଧି, ପ୍ରିୟଙ୍କା ଗାନ୍ଧି, କର୍ଣ୍ଣାଟକା ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଓ ଉପ-ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ପ୍ରମୁଖ ସାମିଲ ହୋଇଥିଲେ।
ହାଇଦ୍ରାବାଦର ଲାଲବାହାଦୂର ଶାସ୍ତ୍ରୀ ଷ୍ଟାଡିୟମ୍ରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ଶପଥ ନେଇଛନ୍ତି। ତେଲେଙ୍ଗାନା ରାଜ୍ୟପାଳ ଟି ସୌନ୍ଦରରାଜନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!