ଯୁକ୍ତଦୁଇ ପ୍ରାକ୍ଟିକାଲ୍ ପରୀକ୍ଷାର କାର୍ଯ୍ୟସୂଚୀ

ଜାନୁଆରୀ ୨ରୁ ଆରମ୍ଭ ହେବ ଯୁକ୍ତଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା । ସିଏଚ୍‌ଏସ୍‌ଇ ପକ୍ଷରୁ ଆସନ୍ତା ୨୬ ତାରିଖଠାରୁ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର ଓ ଉତ୍ତର ଖାତା ପଠାଯିବ । ଡିସେମ୍ବର ୩୧ ସୁଦ୍ଧା ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଏସବୁ ପହଞ୍ଚିବ। ପରୀକ୍ଷା ଅଧୀକ୍ଷକମାନେ ପ୍ରଶ୍ନପତ୍ର, ଉତ୍ତର ଖାତା ସମେତ ଅନ୍ୟାନ୍ୟ କାଗଜପତ୍ର ଗ୍ରହଣ କରିବା ସମୟରେ ଭଲ ଭାବେ ଯାଞ୍ଚ କରିବେ। ପ୍ରଶ୍ନ କିମ୍ବା ଉତ୍ତର ଖାତା‌ରେ ତ୍ରୁଟି ଥିଲେ ସଙ୍ଗେ ସଙ୍ଗେ ପରୀକ୍ଷା ନିୟନ୍ତ୍ରକଙ୍କୁ ଫୋନ୍‌ କରି ଜଣାଇବାକୁ କୁହାଯାଇଛି ୧୫ ମାର୍କ ବିଶିଷ୍ଟ ପ୍ରାକ୍ଟିକାଲ୍‌ ପାଇଁ ୨ ଘଣ୍ଟା, ୬୦, ୩୦ ଓ ୨୦ ମାର୍କ ପରୀକ୍ଷା ପାଇଁ ୩ ଘଣ୍ଟା ଧାର୍ଯ୍ୟ ହୋଇଛି। ‌ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ବାଧ୍ୟତାମୂଳକ କରାଯାଇଛି। ଫେବ୍ରୁଆରୀ ୧୬ରୁ ଯୁକ୍ତ୨ ଥିଓରି ପରୀକ୍ଷା ଆରମ୍ଭ ହେବ ବୋଲି ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!