ପାଣ୍ଡିଆନ ଲଢିବେନି ନିର୍ବାଚନ

ଆଗାମୀ ନିର୍ବାଚନ ଲଢିବେନି 5T ଓ ନବୀନ ଓଡ଼ିଶା ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବିଜେଡିର ବରିଷ୍ଠ ଉପସଭାପତି ଦେବୀ ମିଶ୍ର। ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଶେଷ ହେବା ପରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏସମ୍ପର୍କରେ ସୂଚନା ଦେଇ ସେ କହିଥିଲେ ଯେ, କାର୍ତ୍ତିକ ପାଣ୍ଡିଆନ ଜନସେବା ପାଇଁ ପ୍ରଶାସନିକ ସେବା ଚାକିରି ଛାଡ଼ିଛନ୍ତି । ଆଗକୁ ମଧ୍ଯ ଜନସେବା ଜାରି ରଖିବେ । ତେବେ ସେ ନିର୍ବାଚନ ଲଢିବେ ନାହିଁ ।

ବିଜେଡି ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀରେ ୧୧ଟି ରାଜନୈତିକ, ୧୬ଟି ଧନ୍ୟବାଦ ପ୍ରସ୍ତାବ ପାରିତ ହୋଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି। ୨୦୦୦ ମସିହାରୁ ବିଭିନ୍ନ ନିର୍ବାଚନରେ ଲଗାତର ବିଜୟ ପାଇଁ ଓଡିଶାବାସୀଙ୍କୁ କୃତଜ୍ଞତା ଜଣାଇଛି ବିଜେଡି। ଏହି ସଫଳତା ପାଇଁ କାର୍ଯ୍ୟକାରିଣୀରେ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛି ଦଳ। ଜଗନ୍ନାଥ ସଂସ୍କୃତି ଓ ଚେତନାର ପ୍ରଚାର ପ୍ରସାର ତଥା ଶ୍ରୀଜଗନ୍ନାଥ ପରିକ୍ରମା ପ୍ରକଳ୍ପ ସହ ରାଜ୍ୟର ବିଭିନ୍ନ ମନ୍ଦିରର ନବକଳେବର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ପାଇଁ ସଂଜୀବନୀ ହୋଇଛି। ଓଡିଶାରେ ସାମାଜିକ ସୁରକ୍ଷା ଓ ଖାଦ୍ୟ ନିରାପତ୍ତା କାର୍ଯ୍ୟକ୍ରମ ତଥା ସ୍ୱାସ୍ଥ୍ୟ ଭିତ୍ତିଭୂମିର ଦ୍ରୁତ ରୂପାନ୍ତରୀକରଣ ପାଇଁ ନବୀନଙ୍କୁ ଧନ୍ୟବାଦ ଦେଇ ପ୍ରସ୍ତାବ ପାରିତ ହୋଇଛି।

ସେହିପରି ମହିଳା ଓ ଯୁବ ବର୍ଗଙ୍କୁ ସଶକ୍ତ କରିବା ପାଇଁ ତଥା ରାଜ୍ୟର ଦ୍ରୁତ ଶିଳ୍ପାୟନ ସହିତ ନିଯୁକ୍ତି ଓ ଆତ୍ମନିଯୁକ୍ତି ସୁଯୋଗ ସୃଷ୍ଟି, ପୁଞ୍ଜିନିବେଶରେ ଓଡିଶା ଲଗାତର ଭାବେ ଭାରତର ଶୀର୍ଷ ୩ଟି ରାଜ୍ୟ ଭିତରେ ରହିଥିବା ନେଇ ଧନ୍ୟବାଦ ପ୍ରସ୍ତାବ ପାରିତ ହୋଇଛି। କ୍ରୀଡା ଭିତିଭୂମିର ବିକାଶ ଏବଂ ଆଇଟି କ୍ଷେତ୍ରରେ ଦ୍ରୁତ ବିକାଶ କରି ଯୁବଶକ୍ତିର ଆକଂକ୍ଷାକୁ ପୂରଣ କରିବା ପାଇଁ ନବୀନ ସରକାର ନେଇଥିବା ବଳିଷ୍ଠ ପଦକ୍ଷେପକୁ କାର୍ଯ୍ୟକାରିଣୀରେ ପ୍ରଶଂସା କରାଯାଇଥିଲା। ଚାଷୀ ଓ ଚାଷର ଉନ୍ନତି ତଥା ଜଳସେଚନର ଅଭିବୃଦ୍ଧି ନବୀନ ସରକାରଙ୍କ ପ୍ରାଥମିକତା ଥିବାରୁ ନବୀନ ସରକାରଙ୍କୁ ଧନ୍ୟବାଦ ଦିଆଯାଇଥିଲା। ଅନୁସୁଚିତ ଜାତି ଓ ଜନଜାତି ତଥା ପଛୁଆ ବର୍ଗ, ସଂଖ୍ୟାଲଘୁଙ୍କ ପାଇଁ ନବୀନ ସରକାର ନେଇଥିବା ପଦକ୍ଷେପ ଓ କାର୍ଯ୍ୟକ୍ରମକୁ ଧନ୍ୟବାଦ ଦେଇ ପ୍ରସ୍ତାବ ପାରିତ ହୋଇଛି। ଟେକ୍ନୋଲୋଜିକୁ ଉପଯୋଗ କରି ୫-ଟି ରୂପାନ୍ତରଣରେ ଲୋକାଭିମୁଖୀ ପ୍ରଶାସନ ସହିତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟସ୍ତରରେ ରୂପାନ୍ତରୀକରଣ ପାଇଁ ପର୍ଯ୍ୟାପ୍ତ ଅର୍ଥ ମଂଜୁରୀ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରଦାନ କରାଯାଇଥିଲା।

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!