ପୁରୀରେ ହେବ ଆଉ ୭ଟି ବାତ୍ୟା ଆଶ୍ରୟସ୍ଥଳୀ

ପୁରୀରେ ହେବ ଆଉ ୭ଟି  ବାତ୍ୟା ଆଶ୍ରୟସ୍ଥଳୀ

SHELTER HOUSE  PURI

ପ୍ରାକୃତିକ ବିପର୍ଯ୍ୟୟ ବେଳେ ହଇରାଣ ହେବେନି ପୁରୀବାସୀ । ପୁରୀ ଜିଲ୍ଲାରେ ତିଆରି ହେବ ଆଉ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ । ବ୍ରହ୍ମଗିରି, କୃଷ୍ଣପ୍ରସାଦ, କଣାସ ଓ ପୁରୀ ସଦର ବ୍ଲକରେ ନିର୍ମାଣ କରାଯିବ । ଏଥିପାଇଁ ଖର୍ଚ୍ଚ ହେବ ୧୪ କୋଟି ଟଙ୍କା । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜନଶୁଣାଣି ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିଷ୍ପତ୍ତି ନେଇଛନ୍ତି ।  ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ପୁରୀ ଜିଲ୍ଲାର ବିଭିନ୍ନ ପଞ୍ଚାୟତରେ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ପ୍ରସ୍ତାବ ଆସିଥିଲା । ପ୍ରତ୍ୟେକ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ୨ କୋଟି ଟଙ୍କା ହିସାବରେ ସମୁଦାୟ ୧୪ କୋଟି ଟଙ୍କା ବ୍ୟୟ କରାଯିବ । ଏସବୁର ନିର୍ମାଣ ଦାୟିତ୍ୱ ଗ୍ରାମ ଉନ୍ନୟନ ବିଭାଗକୁ ନ୍ୟସ୍ତ କରାଯାଇଛି। ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ଉପଯୁକ୍ତ ସ୍ଥାନ ନିରୂପଣ କରିବାକୁ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

 

Post Views14 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!