ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି ଆରମ୍ଭ ହୋଇଛି । ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ । ଏକ ମାସ ମା’ ମହାଲକ୍ଷ୍ମୀ ବାପ ଘରକୁ ଯିବାର ବିଧି ପରମ୍ପରା ଥିବାରୁ ମାସେ ଯାଏଁ ମା ଯଶୋଦା ପହିଲି ଭୋଗରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସକାଳୁ ସକାଳୁ ସୁସ୍ବାଦୁ ବ୍ୟଞ୍ଜନ ପ୍ରସ୍ତୁତ କରିଛନ୍ତି । ପହିଲି ଭୋଗରେ ମହାପ୍ରଭୁଙ୍କ ପାଇଁ ବିଭିନ୍ନ ବ୍ୟଞ୍ଜନ ତଥା ବଡ ଝିଲି, ଦରସୁଆ ବଡ଼ି, ଦରସୁଆ ଝିଲି, ବଡ଼ବଡା, କାକେରା, ଅମାଲୁ, ନଳୀ, ଏଣ୍ଡୁରି, ମୁଗେଇ, ଚଢ଼େଇ ନଦା, ଲଡ଼ୁ, ଗଜା, ଗଇଁଠା, ମଣ୍ଡା ଓ ଖଇର ଚୁଳ ଭଳି ଖାଦ୍ୟ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରସ୍ତୁତ କରି ଲାଗି କରାଯାଇଛି ।

