ମୁଖ୍ୟମନ୍ତ୍ରୀ ଧାମନଗରର ସଂଖ୍ୟାଲଘୁ ଧାର୍ମିକ ସ୍ଥଳ ଖାନଓ୍ବାରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ କୋଟି ଟଙ୍କା ମଞ୍ଜୁର କଲେ । ଏଥିରେ ପ୍ରସିଦ୍ଧ ଧାର୍ମିକ ସ୍ଥଳ ଖାନଓ୍ବାରେ ଏକ ପାଣି ଟାଙ୍କି ସହ ଜଳଯୋଗାଣର ସୁବ୍ୟବସ୍ଥା କରାଯିବ। ଜଳଯୋଗଣରେ ଉନ୍ନତି ହେବା ଦ୍ୱାରା ଛାତ୍ରଛାତ୍ରୀ, ତୀର୍ଥଯାତ୍ରୀ, ଉର୍ସ ମୁଜାହିଦ ଏ ମିଲାତ କମିଟିର ସଦସ୍ୟମାନଙ୍କ ସମେତ ୨ ଲକ୍ଷ ଶ୍ରଦ୍ଧାଳୁ ଉପକୃତ ହେବେ। ସେମାନଙ୍କ ଅସୁବିଧାର ତୁରନ୍ତ ସମାଧାନ ହୋଇଥିବାରୁ ଧାମନଗର ଅଞ୍ଚଳର ମୁସଲମାନ ଭାଇ ଓ ଭଉଣୀମାନେ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ କୃତଜ୍ଞତା ଜଣାଇଛନ୍ତି।
5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଧାମନଗର ଗସ୍ତ ଅବସରରେ ଖାନଓ୍ବାର ଏକ ପ୍ରତିନିଧି ଦଳ ତାଙ୍କୁ ଭେଟି ଏନେଇ ଅନୁରୋଧ କରିଥିଲେ।
ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବା ପରେ ମୁଖ୍ୟମନ୍ତ୍ରୀ ପାଣି ଟାଙ୍କୀ ଓ ଜଳଯୋଗାଣ ସୁବିଧା ପାଇଁ ଟଙ୍କା ମଞ୍ଜୁର କରିଛନ୍ତି। ପୀରବାବା ହୁଜୁର ମୁଜାହିଦ ଏ ମିଲାତପେଙ୍କ ଅନୁଗାମୀମାନେ ପ୍ରତିଦିନ ବହୁ ସଂଖ୍ୟାରେ ଖନଓ୍ବାକୁ ଆସିଥାନ୍ତି। ପୀରବାବା ହୁଜୁର ମୁଜାହିଦଙ୍କ ଉର୍ସ ଉତ୍ସବ ସମୟରେ ଏଠାରେ ବିଶେଷ ଭିଡ ପରିଲକ୍ଷିତ ହୋଇଥାଏ ।

