ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ମୟୁରଭଞ୍ଜ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବା ସହିତ ସ୍ଥାନୀୟ ଲୋକ ଏବଂ ଛାତ୍ରଛାତ୍ରୀ ମାନଙ୍କ ସହିତ ମତବିନିମୟ କରିଛନ୍ତି। ବାରିପଦାର ଛଉ ପଡିଆ ଠାରେ ଅନୁଷ୍ଠିତ ‘ମୋ ସରକାର’ ସମାବେଶରେ ଯୋଗ ଦେଇଥିଲେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପଣ୍ଡିଆନ। ଏହି ସମାବେଶରେ କାର୍ତ୍ତିକ ପଣ୍ଡିଆନ ଦୁଇ ଚାରିଟି ଶବ୍ଦରେ ମୟୁରଭଞ୍ଜବାସୀଙ୍କ ମନ ଜିଣିନେଇଥିଲେ। କାର୍ତ୍ତିକ ପଣ୍ଡିଆନ କହିଥିଲେ ‘ଏ ସରକାର ବିଜେଡି ସରକାର ନୁହେଁ, ଏହା ଆପଣମାନଙ୍କର ସରକାର, ଲୋକଙ୍କ ସରକାର । ଆପଣମାନେ ଯେତେବେଳେ ଯାହା ଚାହିଁବେ, ଏ ସରକାର ତାହା କରିବ। ସମଗ୍ର ଓଡିଶାବାସୀ ନବୀନଙ୍କ ପରିବାର, ବିଜୁ ପରିବାର। ବିଜେଡି ପ୍ରତି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତି ଲୋକଙ୍କ ଆସ୍ଥା ଓ ବିଶ୍ୱାସ ଅଧିକ ସଦୃଢ ହୋଇଛି । ନବୀନ ପଟ୍ଟନାୟକଙ୍କୁ ତୁଙ୍ଗ ଜନନାୟକ ବୋଲି କହିବା ସହ ଓଡିଶାବାସୀଙ୍କ ପାଇଁ ତାଙ୍କ ସମର୍ପଣର ବିଭିନ୍ନ ଉଦାହାରଣ ଦେଇଥିଲେ ଶ୍ରୀ ପାଣ୍ଡିଆନ୍ ।
୭୭ ବର୍ଷ ବୟସରେ ମଧ୍ୟ ଚଳଚଞ୍ଚଳ ମୁଖ୍ୟମନ୍ତ୍ରୀ ଲୋକ କଲ୍ୟାଣ ପାଇଁ ଅହରହ ପରିଶ୍ରମ କରୁଛନ୍ତି । ତାଙ୍କୁ ୨୪ ଘଣ୍ଟା ଦେଖି ଦେଖି ସେ ନିଜେ ପ୍ରେରଣା ପାଇଛନ୍ତି ବୋଲି କହିଥିଲେ । ଓଡିଶା କିଭଳି ନୂଆ ଓଡିଶା ଆଡକୁ ଅଗ୍ରସର ହେଉଛି ତାର ଗୋଟି ଗୋଟି ଉଦାହାରଣ ଦେବା ଛଳରେ ସେ ପରୋକ୍ଷରେ ବିକାଶ ବିରୋଧୀଙ୍କୁ ପ୍ରଶ୍ନ କରିଥିଲେ ଯେ, ଏହା ଯଦି ରୂପାନ୍ତରଣ ନୁହେଁ, ଏହା ଯଦି ନୂଆ ଓଡିଶାର ଯାତ୍ରା ନୁହେଁ, ତାହା ହେଲେ ଆଉ କଣ ? ପ୍ରତି ପଞ୍ଚାୟତରୁ ବସ ଗଡିବା ପାଇଁ ହୋଇଥିବା ଲକ୍ଷ୍ମୀ ଯୋଜନାଠୁ ଆରମ୍ଭ କରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ଫାଇଭ ଟି ଅଧିନରେ ସ୍କୁଲ ଓ କଲେଜର ରୂପାନ୍ତରଣ ପ୍ରସଙ୍ଗ ଉତଥାପନ କରିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗରିବରୁ ଗରିବତମ ଲୋକଙ୍କୁ ଏଭଳି ସଶକ୍ତ କରିଛନ୍ତି ଯେ, ସେମାନେ ଆଜି ନିଜ ସନ୍ତାନଙ୍କୁ ଡାକ୍ତର, ଇଂଜିନିୟର ଭଳି ବଡ ବଡ ବୃତିରେ ଦେଖିବା ସ୍ୱପ୍ନକୁ ସାକାର କରିପାରୁଛନ୍ତି ବୋଲି ପାଣ୍ଡିଆନ କହିଥିଲେ ।
ମୁଖ୍ୟମନ୍ତ୍ରୀ ଆମ ବାପା ପରି, ଆମ ଗୁରୁ ପରି। ସେ ହେଉଛନ୍ତି ସମଗ୍ର ଓଡ଼ିଶାବାସୀଙ୍କ ପ୍ରେରଣା, ସାଢ଼େ ୪ କୋଟି ଲୋକଙ୍କ ପ୍ରେରଣା ।ଓଡ଼ିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦିନରାତି ପରିଶ୍ରମ କରିବାର କାରଣ ହେଉଛି ରାଜ୍ୟବାସୀଙ୍କ ମୁହଁରେ ହସ ଫୁଟାଇବା । ଏହା ତାଙ୍କର ଏକମାତ୍ର ଲକ୍ଷ୍ୟ । ରାଜ୍ୟବାସୀଙ୍କ ପାଇଁ କାମ କରିବା ସେ ନିଜର ଭାଗ୍ୟ ବୋଲି ମନେକରନ୍ତି । ଏହି ଏକମାତ୍ର ଉଦ୍ଦେଶ୍ୟ ରଖି ମୁଖ୍ୟମନ୍ତ୍ରୀ କାର୍ଯ୍ୟ କରନ୍ତି । ସେ ବିଜୁ ପଟ୍ଟନାୟକଙ୍କ ପୁଅ । ପାଞ୍ଚ ଥର ମୁଖ୍ୟମନ୍ତ୍ରୀ ହେଲେଣି । ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ହେଲେ ବି ଫରକ ପଡିବନି । କିନ୍ତୁ ତାଙ୍କର ଉଦ୍ଦେଶ୍ୟ ହେଉଛି ଭଲ ସରକାର ଗଠନ ଓ ନୂଆ ଓଡ଼ିଶା ଗଠନ । ଏ ସବୁ ପାଇଁ ସେ ଜିଲ୍ଲାବାସୀଙ୍କ ସହଯୋଗ ଲୋଡ଼ିଥିଲେ ।




