ଟ୍ରମ୍ପଙ୍କୁ ବଡ଼ ଝଟକା। ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅଡୁଆରେ । ୨୦୨୪ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଲଢ଼ି ପାରିବେନି ଟ୍ରମ୍ପ। କ୍ୟାପିଟଲ୍ ହିଂସା ମାମଲାରେ ତାଙ୍କୁ ରାଷ୍ଟ୍ରପତି ପଦ ପାଇଁ ଅଯୋଗ୍ୟ ଘୋଷଣା କରିଛନ୍ତି କୋଲୋରାଡୋ କୋର୍ଟ। ଆମେରିକୀୟ ସମ୍ବିଧାନର ଚତୁର୍ଦ୍ଦଶ ସଂଶୋଧନ ଧାରା ୩ ଅନୁସାରେ ଏହି ରାୟ ଦେଇଛନ୍ତି କୋର୍ଟ। ବିଦ୍ରୋହ ସଂପର୍କିତ ଏହି ଧାରାକୁ ବ୍ୟବହାର କରି କୌଣସି ପୂର୍ବତନ ରାଷ୍ଟ୍ରପତିଙ୍କୁ ଆମେରିକା ନିର୍ବାଚନ ଲଢ଼ିବାକୁ ଅଯୋଗ୍ୟ ଘୋଷଣା କରାଯିବା ଆମେରିକାକା ଇତିହାସର ଏହା ପ୍ରଥମ ଘଟଣା । ୨୦୨୧ ଜାନୁଆରୀ ୬ରେ କ୍ୟାପିଟଲ୍ ହିଂସାକୁ ଉସୁକାଇବା ଅଭିଯୋଗ ଟ୍ରମ୍ପଙ୍କୁ ମହଙ୍ଗା ପଡ଼ିଛି।

