() ଆଜି ସବୁଠୁ ଛୋଟ ଦିନ । ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ତାରିଖରେ ଉତ୍ତର ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ । ଏହାବର୍ଷର “ସବୁଠାରୁ ଛୋଟ ଦିନ” ହୋଇଥାଏ । ଜ୍ୟୋତିର୍ବିଜ୍ଞାନୀଙ୍କ ମତରେ ବର୍ଷର ଏହି ସବୁଠାରୁ ଛୋଟ ଦିନରୁ ଉତ୍ତର ମେରୁରେ ଶୀତଦିନ ଆରମ୍ଭ ହୁଏ । ଫଳରେ ଦକ୍ଷିଣ ମେରୁରେ ଧୀରେ ଧୀରେ ଦିନଗୁଡ଼ିକ ଅଧିକରୁ ଅଧିକ ଲମ୍ବା ହୁଏ । ମାର୍ଚ୍ଚ ମାସ ବେଳକୁ ଦିନ ଓ ରାତିର ଅବଧି ପାଖାପାଖି ସମାନ ରହେ । ସୂର୍ଯ୍ୟ ଚାରିପଟେ ପୃଥିବୀ ନିଜ କକ୍ଷ ପଥରେ ୨୩.୫ ଡିଗ୍ରୀ ଢଳି ରହି ବୁଲିବା ସହ ନିଜ ଅକ୍ଷ ଚାରିପଟେ ମଧ୍ୟ ଘୂରୁଛି । ସେଥିପାଇଁ ସୂର୍ଯ୍ୟ ସବୁଦିନ ସମାନ ସ୍ଥାନରୁ ଉଦୟ ହୁଏ ନାହିଁ ବା ଏକା ଯାଗାରେ ଅସ୍ତ ଯାଏ ନାହିଁ । ସୂର୍ଯ୍ୟର ଉତ୍ତରାୟଣ ଓ ଦକ୍ଷିଣାୟଣ ଗତି ମଧ୍ୟ ଦେଖାଯାଇଥାଏ । ପ୍ରତ୍ୟେକ ବର୍ଷ ଜୁନମାସ ୨୧ତାରିଖରେ ସୂର୍ଯ୍ୟ ଉତ୍ତର ଗୋଲାର୍ଦ୍ଧର ୨୩.୫ ଡିଗ୍ରୀରେ ଥିବା କର୍କଟ କ୍ରାନ୍ତି ଉପରେ ରହିଥାଏ । ସେହିଠାରୁ ଧୀରେ ଧୀରେ ଦକ୍ଷିଣ ଦିଗକୁ ଗତି କରି ଥାଏ ଯାହାକୁ ଆମେ ସୂର୍ଯ୍ୟର ଦକ୍ଷିଣାୟନ ଗତି କହିଥାଉ ।

