କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ ବଦଳିଲା । କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ନାମରେ ନାମିତ କରାଯାଇଛି କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ । ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ଭବାନୀପାଟଣା ନାମରେ ପରିଚିତ ହେବ। ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ସମୁଦାୟ ୫୦ କଲେଜକୁ ନେଇ ୨୦୨୦ରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା । ଏହାପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ ସମୟରେ ବିଶ୍ୱବିଦ୍ୟାଳୟର ନାମକୁ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀଙ୍କ ନାଁରେ କରିବାକୁ ଦାବି ମିଳିଥିଲା ଆଜି ବିଧିବଦ୍ଧ ଭାବେ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

