ଦିଲ୍ଲୀ ମଦଦୁନୀତି ମାମଲା । ଆସନ୍ତା ଜାନୁଆରୀ ୧୮ରେ ହାଜର ହେବା ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଇଡିର ନୋଟିସ । ୪ର୍ଥ ଥର ପାଇଁ ନୋଟିସ ଜାରି ହୋଇଛି । ଗତ ଜାନୁଆରୀ ୩ରେ ହାଜର ହେବା ଲାଗି ତାଙ୍କୁ ସମନ ଜାରି ହୋଇଥିବା ସତ୍ତ୍ବେ ସେ ହାଜର ହୋଇ ନଥିଲେ । ଜାରି ହୋଇଥିବା ସମନ ବେଆଇନ ବୋଲି ଦର୍ଶାଇଥିଲେ କେଜ୍ରିଓ୍ବାଲ । ପୂର୍ବରୁ ତାଙ୍କୁ ନଭେମ୍ବର ୨, ଡିସେମ୍ବର ୨୧ରେ ଜାରି ହୋଇଥିଲା ସମନ । ଏହି ବହୁଚର୍ଚ୍ଚିତ ମାମଲାରେ କେଜ୍ରିଓ୍ବାଲ ଅଭିଯୁକ୍ତ ହୋଇ ନଥିଲେ ବି ତାଙ୍କୁ ବାରମ୍ବାର ନୋଟିସ ଜାରି କରାଯାଉଛି । ଜେରା ପରେ କେଜ୍ରିଓ୍ବାଲଙ୍କୁ ଗିରଫ କରିବା ନେଇ ବାରମ୍ବାର ଆଶଙ୍କା ପ୍ରକାଶ ପାଇଆସୁଛି । ପୂର୍ବରୁ ମଦ ନୀତି ମାମଲାରେ ଗତବର୍ଷ ଫେବ୍ରୁଆରୀ ୨୬ରେ ଗିରଫ ହୋଇଥିଲେ ମନୀଷ ସିସୋଦିଆ । ସେହିପରି ଗତବର୍ଷ ଅକ୍ଟୋବର ୪ରେ ଆପ୍ ନେତା ସଞ୍ଜୟ ସିଂଙ୍କୁ ଗିରଫ କରିଥିଲା ଇଡି ।
Related Posts
ପହଲଗାମ୍ ମୃତକଙ୍କ ପରିବାରକୁ ମିଳିବ ୫୦ ଲକ୍ଷ ଟଙ୍କା
ପହଲଗାମ୍ ଆତଙ୍କୀ ହମଲାରେ ମୃତ ଲୋକଙ୍କ ପରିବାରଙ୍କ ପାଇଁ ବଡ଼ ଘୋଷଣା। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ କହିଛନ୍ତି, ମୃତ…
ରେଡବର୍ଡ ଫ୍ଲାଇଟ୍ ଟ୍ରେନିଂ ଏକାଡେମୀର ଏକ ତାଲିମ ବିମାନରେ ଯାନ୍ତ୍ରିକ ତ୍ରୁଟି
ମହାରାଷ୍ଟ୍ର ବାରାମତୀରେ ଏକ ଟ୍ରେନିଂ ବିମାନ କ୍ରାସ୍ ହୋଇଛି। ବାରାମତୀ ବିମାନବନ୍ଦର ନିକଟରେ ଘଟିଛି ଏହି ଭୟଙ୍କର ଦୁର୍ଘଟଣା। ୨…
ପ୍ରଦ୍ମଶ୍ରୀ ପୁରସ୍କାର ବିଜେତା ସାଲୁମରଦା ଥିମକ୍କାଙ୍କର ୧୧୪ ବର୍ଷ ବୟସରେ ପରଲୋକ
ପ୍ରଖ୍ୟାତ ପରିବେଶବିତ୍ ତଥା ପ୍ରଦ୍ମଶ୍ରୀ ପୁରସ୍କାର ବିଜେତା ସାଲୁମରଦା ଥିମକ୍କାଙ୍କର ୧୧୪ ବର୍ଷ ବୟସରେ ପରଲୋକ ଘଟିଛି। ସେ ଦୀର୍ଘ…

