ବୁଧବାର ସ୍କୁଲ ଓ କଲେଜ ବନ୍ଦ

ବୁଧବାର ଦିନ ପୁରୀଠାରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ। ଏହାକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାନୁଆରୀ ୧୭ ତାରିଖକୁ ସରକାରୀ ଛୁଟି ଭାବେ ଘୋଷଣା କରିଛନ୍ତି।ମନ୍ଦିର ପରିକ୍ରମା ପ୍ରକଳ୍ପ ଜାନୁଆରୀ ୧୭ ତାରିଖରେ ଭକ୍ତି ଓ ଉତ୍ସାହର ସହିତ ଲୋକାର୍ପିତ ହେବାକୁ ଯାଉଛି। ଏହି ପ୍ରକଳ୍ପ  ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ।

ଜଗତର  ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜାନୁଆରୀ ୧୭ ତାରିଖ ଦିନଟିକୁ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି। ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ

Post Views14 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!