ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଭାଇରାଲ ହେଉଛି ଡିପ ଫେକ୍ ଭିଡିଓ । ଏହି ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ ହେବା ପରେ, ସଚିନ ତାଙ୍କ ସୋସିଆଲ୍ ମିଡିଆ ଆକାଉଣ୍ଟରେ ଲେଖିଛନ୍ତି, ଏହି ଭିଡିଓ ଫେକ୍ ଅଟେ । ଟେକ୍ନୋଲୋଜିର ଖରାପ ବ୍ୟବହାର କରାଯାଉଛି । ତେଣୁ ସମସ୍ତଙ୍କୁ ଅନୁରୋଧ ଯେ, ଏହି ଆପ୍ ଏବଂ ଏହି ଭିଡିଓର ପ୍ରଚାରକୁ ରିପୋର୍ଟ କରନ୍ତୁ । ସୋସିଆଲ୍ ମିଡିଆରେ ଭାଇରାଲ ହେଉଥିବା ସଚିନଙ୍କ ଏହି ଭିଡିଓକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଖୋଦ୍ କ୍ରିକେଟର ଭଗବାନ ।
ଏଥିସହିତ ସେ ଏହି ଭିଡିଓକୁ ନିଜ ସୋସିଆଲ୍ ମିଡିଆ ଆକାଉଣ୍ଟରେ ସେୟାର କରି ଏହା ମିଛ ଭିଡିଓ ବୋଲି ସୂଚନା ଦେଇଛନ୍ତି ।ଗତ କିଛି ମାସ ଧରି ଏଆଇ ସାହାଯ୍ୟରେ ଲୋକପ୍ରିୟ ସେଲିବ୍ରିଟିଙ୍କ ଡିପ୍ ଫେକ୍ ଭିଡିଓ ସାମ୍ନାକୁ ଆସିବାରେ ଲାଗିଛି ।
ଏହି କ୍ରମରେ ଏବେ ସଚିନ ତେନ୍ଦୁଲକରଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି । ଏହି ଭିଡିଓରେ ସଚିନ ଏକ ଆପର ପ୍ରମୋସନ୍ କରୁଥିବା ଦେଖିବାକୁ ମିଳୁଛି । ଆଉ ଏହି ଏଆଇ ଭିଡିଓରେ ସଚିନଙ୍କ ଭିଡିଓ ଡବିଂ କରି ଏଡିଟ୍ କରାଯାଇଥିବା ଜଣାପଡିଛି ।

