ଭକ୍ତଙ୍କ ଅର୍ପଣ ଚାଉଳରେ ପ୍ରସ୍ତୁତ ହେବ ଖେଚୁଡ଼ି, ପିଠା

ଭକ୍ତଙ୍କ ଅର୍ପଣ ଚାଉଳରେ ପ୍ରସ୍ତୁତ ହେବ ଖେଚୁଡ଼ି, ପିଠା । ଶ୍ରୀମନ୍ଦିର ପରିକ୍ରମା ଲୋକାର୍ପଣ ଉତ୍ସବ ପାଇଁ ଗାଁ ଠୁ ସହର ସବୁଠି ବୁଲିଥିଲା ଅର୍ପଣ ରଥ । ଲୋକମାନେ ଭକ୍ତିର ସହ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥିବା ଅରୁଆ ଚାଉଳ ଓ ଗୁଆ ମହାପ୍ରଭୁଙ୍କ ସେବାରେ ଲାଗିବ ।

ଆସିଥିବା ଏହି ଅରୁଆ ଚାଉଳ ଓ ଗୁଆ ସୁଆର ମହାସୁଆର ନିଯୋଗ ଗ୍ରହଣ କରିବ ।

ଅର୍ପଣ ରଥରେ ମହାପ୍ରଭୁଙ୍କ ପାଇଁ ସଂଗୃହୀତ ସମସ୍ତ ସାମଗ୍ରୀ ଚାଉଳ, ଗୁଆ ଓ ଶ୍ରୀଫଳ ମହାପ୍ରଭୁଙ୍କ କାର୍ଯ୍ୟରେ ଲାଗିବ ବୋଲି ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗର ସଭାପତି ପଦ୍ମନାଭ ମହାସୁଆରଓ ସମ୍ପାଦକ ନାରାୟଣ ମହାସୁଆର ସୂଚନା ଦେଇଛନ୍ତି । ବିଡିଆ ପାନରେ ବ୍ୟବହୃତ ହେବ ଅର୍ପଣ ଗୁଆ ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!