`ମୋତେ ରକ୍ତ ଦିଅ ମୁଁ ତୁମକୁ ସ୍ବାଧିନତା ଦେବି’

() ଆଜି ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୭ ତମ ପୁଣ୍ୟ ଜୟନ୍ତୀ। ଦେଶ ପାଳୁଛି ପରାକ୍ରମ ଦିବସ ।1896 ଜାନୁଆରୀ 23 ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ ଏହି ମହାପୁରୁଷ  । ତାଙ୍କ ପିତାଙ୍କ ନାଁ ଥିଲା ଜାନକୀନାଥ ବୋଷ, ମା’ଙ୍କ ନାଁ ଥିଲା ପ୍ରଭାବତୀ ଦେବୀ। କଟକ ଓଡ଼ିଆବଜାର ଜାନକୀନାଥ ଭବନରେ ନେତାଜୀଙ୍କ ପିଲାବେଳ କଟିଥିଲା। ସୁଭାଷ ବ୍ରିଟିଶ ସରକାରଙ୍କୁ ନିଜ ଦାମ୍ଭିକତାରେ ଚମକାଇ ଦେଇଥିଲେ । ସୁଭାଷଙ୍କ କାଳଜୟୀ ଉଦଘୋଷଣା ‘ମତେ ରକ୍ତ ଦିଅ ମୁଁ ସ୍ଵାଧିନତା ଦେବି’ ଆଜିବି କୋଟି କୋଟି ଭାରତୀୟଙ୍କ ପ୍ରାଣରେ ଉଜ୍ଜିବୀତ ହୋଇ ରହିଛି । ଜଣେ ମହାନ ସ୍ବାଧୀନତା ସଂଗ୍ରାମୀ, ଦେଶଭକ୍ତ ଓ ଜଣେ ଅବିସ୍ମରଣୀୟ ଯୋଦ୍ଧାଭାବେ ନେତାଜୀ ଏ ଜାତିର ଚିର ନମସ୍ୟ । ସୁବାଷ ବୋଷଙ୍କ ଜୟନ୍ତୀ ପାଳନ ପାଇଁ ଚଳଚଞ୍ଚଳ ହୋଇଛି କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀ ସଂଗ୍ରହାଳୟ । ନେତାଜୀ ଜୟନ୍ତୀ ଅବସରରେ କଟକରେ ଏକ ବିରାଟ ତ୍ରିରଙ୍ଗା ସହର ପରିକ୍ରମା କରିଛି । ସୁଭାଷ ସଂଗଠନ ଓ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ପ୍ରସ୍ତୁତ ଏହି 127 ଫୁଟର ତ୍ରିରଙ୍ଗା ଦେଶାତ୍ମବୋଧକ ଭାବ ଜାଗ୍ରତ କରିବା ସହ ନେତାଜୀଙ୍କ ଅବଦାନ ସଂପର୍କରେ ଅଧିକ ସଚେତନତା ସୃଷ୍ଟି କରିବ ବୋଲି ଆଶା ରଖିଛନ୍ତି ଆୟୋଜକ ।

 

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!