ସମଲେଇ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ମା’ ସମଲେଇଙ୍କୁ ଦର୍ଶନ କରିବା ପରେ ପ୍ରକଳ୍ପ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ପଶ୍ଚିମ ଓଡିଶାର ଆଧ୍ୟାତ୍ମିକ ଭାବାବେଗର ପ୍ରାଣକେନ୍ଦ୍ର, ମା’ ସମଲେଶ୍ୱର ପୀଠରେ ନିର୍ମାଣ ଚାଲିଥିବା ଏହି ପ୍ରକଳ୍ପର ଲୋକାର୍ପଣ କରିବାକୁ ନେଇ ପୁରା ପରିବେଶ ଉତ୍ସବମୁଖର ହୋଇଉଠିଛି ।
ମା’ ସମଲେଇ ପ୍ରକଳ୍ପ ଲୋକାର୍ପଣ ପାଇଁ ଆଜି ସକାଳୁ ଆରମ୍ଭ ହୋଇଥିଲା ହୋମଯଜ୍ଞ । ପୁରୋହିତଙ୍କ ମନ୍ତ୍ରୋଚାରଣ ଓ ଚଣ୍ଡୀପାଠରେ ପ୍ରକମ୍ପିତ ହେଉଛି ସମ୍ବଲପୁର ସହର । ଲୋକାର୍ପଣ ପରେ ଅପରାହ୍ଣ ୫ଟାରୁ ଭକ୍ତମାନେ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିପାରିବେ । ସମଲେଶ୍ୱରୀ ପ୍ରକଳ୍ପର ଲୋକାର୍ପଣ ପାଇଁ ଆଜି ରାଜ୍ୟର ସବୁ ସ୍କୁଲ ଓ କଲେଜ ବନ୍ଦ ଘୋଷଣା କରାଯାଇଛି । ସେହିପରି ସରକାରୀ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରଖିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!