ସୁନ୍ଦରଗଡ ସାଂସଦ ଜୁଏଲ ଓରାମଙ୍କ ଗାଡି ଦୁର୍ଘଟଣାଗସ୍ତ, ବାଇକ ଆରୋହୀ ମୃତ

ସୁନ୍ଦରଗଡ ସାଂସଦ ଜୁଏଲ ଓରାମଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ନିକଟ ରେକୁଳା ଗାଁ ନିକଟରେ ସାଂସଦଙ୍କ ଗାଡି ଜଣେ ବାଇକ ଆରୋହୀଙ୍କୁ ଧକ୍କା ଦେଇଥିଲା ।
ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ସାଂସଦ ଜୁଏଲ ଓରାମଙ୍କ ଗାଡିର ସମ୍ମୁଖ ଭାଗ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି ।

ବାଇକ ମଧ୍ୟ ଦୁର୍ଘଟଣାରେ କ୍ଷତିଗ୍ରସ୍ତ ହୋଇଛି । ଅନ୍ୟପଟେ ଦୁର୍ଘଟଣାକୁ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ସାଂସଦ ଜୁଏଲ ଓରାମ । ତାଙ୍କ ଗାଡି ଆଗକୁ ହଠାତ୍ ବାଇକ ଆସିଯିବାରୁ ଦୁର୍ଘଟଣା ଘଟିଥିବା ଜୁଏଲ ଓରାମ କହିଛନ୍ତି । କାମାକ୍ଷାନଗର ଥାନାରେ ଜୁଏଲ ଉପସ୍ଥିତ ରହିଛନ୍ତି ।

ଗୁରୁତର ଅବସ୍ଥାରେ ଯୁବକଙ୍କୁ ନିକଟସ୍ଥ ମେଡିକାଲକୁ ନିଆଯାଇଥିଲା । ସେଠାରେ ବାଇକ ଆରୋହୀଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର ।

Post Views6 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!