ବିଜୟପାଲ ହେଲେ ଓଡ଼ିଶା ବିଜେପିର ନୂଆ ନିର୍ବାଚନ ପ୍ରଭାରୀ

ବିଜେପି ଆଗାମୀ ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ଓ ସହ-ପ୍ରଭାରୀ ଘୋଷଣା କରିଛି । ଓଡ଼ିଶା ପାଇଁ ବିଜୟପାଲ ସିଂ ତୋମାରଙ୍କୁ ପ୍ରଭାରୀ ଦାୟିତ୍ୱ ଦିଆଯାଇଥିବା ବେଳେ ଲତା ଉସେଣ୍ଡିଙ୍କୁ ସହ-ପ୍ରଭାରୀ ଦାୟିତ୍ୱ ମିଳିଛି । ବିହାର ପାଇଁ ବିନୋଦ ତାୱଡେ, ପଞ୍ଜାବ ଓ ଚଣ୍ଡିଗଡ ପାଇଁ ବିଜୟ ରୂପାନୀ, ହରିୟାଣା ପାଇଁ ବିପ୍ଲବ କୁମାର ଦେବ, କେରଳ ପାଇଁ ପ୍ରକାଶ ଜାବଡେକରଙ୍କ ଭଳି ବରିଷ୍ଠ ନେତାଙ୍କୁ ପ୍ରଭାରୀ ଦାୟିତ୍ୱ ମିଳିଛି ।
ସେହିଭଳି ୨୩ ରାଜ୍ୟ ପାଇଁ ପ୍ରଭାରୀ ଓ ସହ-ପ୍ରଭାରୀଙ୍କ ନାଁ ଘୋଷଣା କରିଛି ବିଜେପି ।ଉତ୍ତରପ୍ରଦେଶ ପାଇଁ ବୈଜୟନ୍ତ ପଣ୍ଡାଙ୍କୁ ଏକାକୀ ପ୍ରଭାରୀ ଦାୟିତ୍ୱ ମିଳିଛି ।

Post Views33 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!