ଗିରଫ ହେବେ ସୋରେନ!

ବଢୁଛି ସୋରେନଙ୍କ ଅଡୁଆ।ଆଜି ଇଡି ଅଫିସରେ ହାଜର ହେବେ ଝାଡ଼ଖଣ୍ଡ ମୁଖ୍ଯମନ୍ତ୍ରୀ ହେମନ୍ତ ସୋରେନ।ପଚରାଉଚରା ପରେ ତାଙ୍କୁ ଗିରଫ କରାଯାଇପାରେ। ଏଥିପାଇଁ ତା ପୂର୍ବରୁ ମୁଖ୍ଯମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି ହେମନ୍ତ ସୋରେନ । ଇଡିର ଘନ ଘନ ଚଢ଼ାଉ ଭିତରେ ଝାଡ଼ଖଣ୍ଡରେ ଜାରି ରହିଛି ରାଜନୈତିକ ହଲଚଲ । ଜମି ଦୁର୍ନୀତି ମାମଲର ଅର୍ଥ ହେରଫେର ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆଜି ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ଙ୍କୁ ଜେରା କରିବ । ଯଦି ହେମନ୍ତ ସୋରେନ୍ ଇସ୍ତଫା ଦିଅନ୍ତି ତାଙ୍କ ପତ୍ନୀ କଳ୍ପନା ସୋରେନ୍ଙ୍କୁ ସେ ମୁଖ୍ୟମନ୍ତ୍ରୀ ଘୋଷଣା କରିପାରନ୍ତି ।

ଦୁଇ ଦିନ ଧରି ହେମନ୍ତ ସୋରେନ୍ ଗାଏବ ଥିଲେ। ହଠାତ୍ ରାଞ୍ଚିରେ ପହଞ୍ଚିବା ପରେ ବିଧାୟକଙ୍କ ସହ ମିଶି ନିଜ ସରକାରର ସେ ଏକତା ପ୍ରଦର୍ଶନ କରିଛନ୍ତି।ସେପଟେ ମୁଖ୍ୟମନ୍ତ୍ରୀ ସୋରେନ୍ଙ୍କୁ ଇଡି ସମନ୍ ଓ ତାଙ୍କ ନିଖୋଜ ହୋଇଥିବା ପୋଷ୍ଟର ଜାରି କରିବାକୁ ନେଇ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ବିଜେପି ଉପରେ ବର୍ଷିଛି ।

ଜେଏମ୍ଏମ୍ କର୍ମୀ ସୁପ୍ରିୟୋ ଭଟ୍ଟାଚାର୍ଯ୍ୟ କହିଛନ୍ତି, ‘ନିଜ ବ୍ୟକ୍ତଗତ କାମ ପାଇଁ ଶନିବାର ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯାଇଥିଲେ। କାମ ସରିବା ପରେ ସେ ଦିଲ୍ଲୀରୁ ଫେରି ଆସିଛନ୍ତି। ମୁଖ୍ୟମନ୍ତ୍ରୀ ଜଣେ ବ୍ୟକ୍ତି ନୁହନ୍ତି, ଏକ ସଂସ୍ଥା। ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ବିଜେପି ଯେଉଁ ଶବ୍ଦ ପ୍ରୟୋଗ କରିଛି ତାହା ବିରୋଧରେ ସିଆର୍ପିସି ଧାରା ୪୯୯ ଲାଗୁ ହେଉଛି। ଖୁବଶୀଘ୍ର ମାନହାନୀ ମକଦ୍ଦମା କରିବୁ ବୋଲି ଜେଏମ୍ଏମ୍ କହିଛି ।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!