ଜୁନଅର ଶିକ୍ଷକ ନିଯୁକ୍ତି ମାମଲାରେ ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ

୨୦୨୩ ଅକ୍ଟୋବର ୨୩ ତାରିଖରେ ପ୍ରାୟ ୨୦ ହଜାର ଜୁନିଅର ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପରେ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଲା। କେତେକ ପ୍ରାର୍ଥୀ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ଅଭିଯୋଗ ଆଣି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ମାମଲାର ପ୍ରାରମ୍ଭିକ ଶୁଣାଣି କରି, ଗତ ୧୯ ତାରିଖ ଦିନ ନିଯୁକ୍ତି ପ୍ରକ୍ରିୟା ଉପରେ ରହିତାଦେଶ ଜାରି କରିଥିଲେ ହାଇକୋର୍ଟ।

ଜୁନିଅର ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି ଓଡିଶା ହାଇକୋର୍ଟ। ତେବେ ନିଯୁକ୍ତି ପ୍ରକ୍ରିୟା ଉପରେ ଲାଗିଥିବା ଅନ୍ତରୀଣ ରହିତାଦେଶ ବଳବତ୍ତର ରହିଛି। ଆଜି ମାମଲାର ଚୂଡାନ୍ତ ଶୁଣାଣି ଚାଲିଥିବା ବେଳେ ରାଜ୍ୟ ସରକାର କେତୋଟି ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିଛନ୍ତି। ଯାହାକୁ ଆବେଦନକାରୀ ବିରୋଧ କରିଛନ୍ତି।

ଆବେଦନକାରୀଙ୍କ ପକ୍ଷରୁ ପ୍ରଶ୍ନ କରାଯାଇଥିଲା ଯେ, ଶିକ୍ଷକ ନିଯୁକ୍ତି ଜିଲ୍ଲା ଭିତ୍ତିକ ହେଉଛି ନା ରାଜ୍ୟ ଆଧାରରେ? ଯାହା ଉତ୍ତରରେ(ଏଜି) କହିଛନ୍ତି, ନିଯୁକ୍ତି ଜିଲ୍ଲା ଆଧାରରେ ହେବାର ଅଛି। ତେବେ ପ୍ରାର୍ଥୀ ଚୟନ ପ୍ରକ୍ରିୟା ଚାଲିଥିବା ବେଳେ ନିୟମରେ କାହିଁକି ପରିବର୍ତ୍ତନ କରାଗଲା ବୋଲି ଆବେଦନକାରୀ ପୁଣି ପ୍ରଶ୍ନ କରିଛନ୍ତି। ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ହାଇକୋର୍ଟ ତାଙ୍କ ରାୟକୁ ସଂରକ୍ଷିତ ରଖିଛନ୍ତି। ଯାହା କୌଣସି ମୁହୂର୍ତ୍ତରେ ପ୍ରକାଶ ପାଇପାରେ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!