ଓଡ଼ିଶା ଆସିବେ ରାହୁଲ

ଆଜି ଓଡ଼ିଶା ପ୍ରବେଶ କରିବ କଂଗ୍ରେସର ଭାରତ ଯୋଡ଼ ଯାତ୍ରା। ଝାଡ଼ଖଣ୍ଡର ବାସଜୋଲ ପରେ ସୁନ୍ଦରଗଡ଼ ବୀରମିତ୍ରପୁରରେ ଏହି ଅଭିଯାନ ପହଞ୍ଚିବ। ବୀରମିତ୍ରପୁରର ବିଜାବାହାଲରେ ଅଭିଯାତ୍ରୀ କରିବେ ରାତ୍ରୀଯାପନ। ଆସନ୍ତାକାଲି ସକାଳେ ରାଉରକେଲା ଉଦିତ ନଗରରୁ ଆରମ୍ଭ ହେବ ପଦଯାତ୍ରା। ସକାଳ ୧୦ଟାରେ ପାନପୋଷରେ ସାଧାରଣ ସଭା ହେବ। ଅପରାହ୍ଣ ୨ଟାରେ ରାଜଗାଙ୍ଗପୁର ରାଣୀବନ୍ଧରେ ସାଧାରଣ ସଭା ହେବା ପରେ କୁତ୍ରା ଓ ବରଗାଁ ଯିବ।

ଅପରାହ୍ଣ ସାଢେ ୪ଟାରେ ବସଷ୍ଟାଣ୍ଡ ଛକରୁ ପଦଯାତ୍ରା ଆରମ୍ଭ ହୋଇ ଷ୍ଟେଟବ୍ଯାଙ୍କ ଛକ ଯିବ। ସେଠାରେ ସାଧାରଣ ସଭା କାର୍ଯ୍ଯକ୍ରମ ରହିଛି। ଆସନ୍ତା ୮ ତାରିଖରେ ଝାରସୁଗୁଡାରେ ସାଧାରଣ ସଭା କାର୍ଯ୍ୟକ୍ରମ ରହିଛି। ଗତ ଜାନୁଆରୀ ୧୪ ତାରିଖରେ ମଣିପୁରର ଥୋବୁଲ ଜିଲ୍ଲା ଖୋନଗଜୋମରୁ ଆରମ୍ଭ ହୋଇଥିବା ଯାତ୍ରା ମାର୍ଚ୍ଚ ୨୦ରେ ମୁମ୍ବାଇରେ ଶେଷ ହେବ । ଯାତ୍ରା ଚାଲିବ ୬୬ ଦିନ । ୧୫ ରାଜ୍ୟର ୧୧୦ ଜିଲ୍ଲା, ୧୦୦ ଲୋକସଭା ଓ ୩୩୭ ବିଧାନ ସଭା କ୍ଷେତ୍ର ଦେଇ ପ୍ରାୟ ୬ ହଜାର ୭୦୦ କିଲୋମିଟର ଅତିକ୍ରମ କରିବ ।

Post Views62 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!