ଆସନ୍ତା ୨୭ତାରିଖରେ ଓଡ଼ିଶା ସମେତ ୧୫ ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଏଥିପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ୧୫ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଭରିପାରିବେ ପ୍ରାର୍ଥୀ । ୧୬ ଫେବୃଆରୀରେ ପ୍ରାର୍ଥିପତ୍ର ଯାଞ୍ଚ ହେବ। ୨୦ ଫେବ୍ରୁଆରୀ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି।
୨୭ ତାରିଖ ଦିନ ୯ଟାରୁ ୪ଟା ଯାଏଁ ଭୋଟ ଗ୍ରହଣ କରାଯିବ । ସେହିଦିନ ଅପରାହ୍ମ ୫ଟାରୁ ଭୋଟ ଗଣତି ଆରମ୍ଭ ହେବ । ଓଡ଼ିଶାର ୩ ସାଂସଦ ଅମର ପଟ୍ଟନାୟକ , ପ୍ରଶାନ୍ତ ନନ୍ଦ ଓ ଅଶ୍ବିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଶେଷ ହେଉଛି ।
ଏବେ ରାଜ୍ଯସଭାରେ ବିଜେଡିର ୯ ଜଣ ସାଂସଦ ରହିଛନ୍ତି । ଏଥର ସଂଖ୍ଯା ଦୃଷ୍ଟିରୁ ବିଜେଡି ତିନୋଟି ଯାକ ଆସନ ଦଖଲ କରିବାର ସମ୍ଭାବନା ରହିଛି । ବିଜେଡି ତିନୋଟି ଯାକ ଆସନ ଦଖଲ କଲେ ରାଜ୍ଯସଭାରେ ବିଜେଡିର ଶକ୍ତି ୧୦କୁ ବୃଦ୍ଧି ପାଇବ।

