ବିଜେଡିରୁ ଇସ୍ତଫା ଦେଲେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ

ବିଜେଡିର ବରିଷ୍ଠ ନେତା, ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି। ସାଧାରଣ ନିର୍ବାଚନକୁ ଆଉ ମାସ କେଇଟା ବାକି ଥିବା ବେଳେ ପ୍ରେମାନନ୍ଦଙ୍କ ଇସ୍ତଫାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ପ୍ରେମାନନ୍ଦ ଅନ୍ୟ କୌଣସି ଦଳରେ ସାମିଲ ହେବେ କି? ଯଦି ସାମିଲ ହେବେ ତେବେ କେଉଁ ଦଳରେ ବୋଲି ସାଧାରଣରେ ପ୍ରଶ୍ନ ଉଙ୍କି ମାରିଛି।

ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ପ୍ରେମାନନ୍ଦ ନାୟକ। ଦଳରେ ଅଣଦେଖା ଅଭିଯୋଗ ଆଣି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ସେ ବିଜେଡିରୁ ଇସ୍ତଫା ଦେଇଥିବା କହିଛନ୍ତି। ଗତ ବର୍ଷ ୧୨ ଅକ୍ଟୋବରରୁ ସେ ବିଜେଡିରୁ ଇସ୍ତଫା ଦେଇଥିବା କହିଛନ୍ତି।

ବିଜେଡିରୁ ଇସ୍ତଫା ଦେଇଥିଲେ ମଧ୍ୟ ନିଜର ଆଗାମୀ ରାଜନୈତିକ ଭବିଷ୍ୟତ ବାବଦରେ କୌଣସି ସୂଚନା ଦେଇନାହାନ୍ତି ପ୍ରେମାନନ୍ଦ ନାୟକ।
ଗତ କିଛି ମାସ ହେଲା ଚର୍ଚ୍ଚା ଚାଲିଥିଲା ଯେ ପ୍ରେମାନନ୍ଦ ନାୟକ ଦଳର ସଭାପତିଙ୍କୁ ନିଜ ଇସ୍ତଫାପତ୍ର ପଠାଇ ଦେଇଛନ୍ତି।

Post Views74 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!