ଆରପାରିରେ ଖଲ୍ଲିକୋଟ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓ

ଆଉ ନାହାଁନ୍ତି ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓ । ୮୭ ବର୍ଷ ବୟସରେ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତ ରାତିରେ ତାଙ୍କର ଦେହାନ୍ତ ହୋଇଛି । ସୁଜ୍ଞାନ କୁମାରୀ ଦେଓ ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତ୍ରୀ । ୧୦ ଥର ବିଧାୟିକା ଭାବେ ସେ ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରିଛନ୍ତି । ୧୯୬୧ ମସିହାରେ ଖଲିକୋଟ ବିଧାନସଭାରୁ କଂଗ୍ରେସ ପ୍ରାର୍ଥୀ ଭାବେ ବିଜୟୀ ହୋଇ ବିଧାନସଭାରେ ପାଦ ଥାପିଥିଲେ ସୁଜ୍ଞାନ କୁମାରୀ ଦେଓ । ଏହା ପରେ ଷଷ୍ଠ ବିଧାନସଭାକୁ ସେହି ଖଲିକୋଟ ଆସନରୁ ନିର୍ବାଚିତ ହୋଇଥିଲେ । ଅଷ୍ଟମ ବିଧାନସଭାକୁ ଛାଡିଦେଲେ କ୍ରମାଗତ ଭାବେ ଗତ ବିଧାନସଭା ପର୍ଯ୍ୟନ୍ତ ବିଧାୟିକା ଭାବେ ନିର୍ବାଚିତ ହୋଇ ଆସିଛନ୍ତି । ଜନତା ପାର୍ଟି, ଜନତା ଦଳ ଓ ବିଜୁ ଜନତା ଦଳରୁ ସେ ବିଧାୟିକା ହୋଇଛନ୍ତି । ଖଲିକୋଟରୁ ୮ ଥର ଓ କବିସୂର୍ଯ୍ୟନଗରରୁ ୨ ଥର ନିର୍ବାଚିତ ହୋଇଛନ୍ତି ।

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!