କଂଗ୍ରେସରେ ମିଶିଲେ ଅଭିନେତା ମନୋଜ ମିଶ୍ର

କଂଗ୍ରେସରେ ମିଶିଲେ ଅଭିନେତା ମନୋଜ ମିଶ୍ର । ପିସିସି ସଭାପତି ଓ କଂଗ୍ରେସ ପ୍ରଭାରୀଙ୍କ ଉପସ୍ଥିତିରେ କଂଗ୍ରେସ ଭବନରେ ହାତ ଧରିଲେ ମନୋଜ । ପଶ୍ଚିମ ଓଡ଼ିଶାରେ କଂଗ୍ରେସର ଟାଣୁଆ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି ମନୋଜ ।କଂଗ୍ରେସରେ ମିଶିବା ପରେ ମନୋଜ କହିଛନ୍ତି, ନେତା ହେବାକୁ ନୁହେଁ ବରଂ ଲୋକଙ୍କ ସେବା କରିବାକୁ ମୁଁ ଆସିଛି ।

ପଶ୍ଚିମ ଓଡ଼ିଶାରେ ଏବେ ଅନେକ ସମସ୍ୟା ରହିଛି । ସରକାର ଏହା ପ୍ରତି ଦୃଷ୍ଟି ଦେଉନାହାନ୍ତି । ତେଣୁ ଲୋକଙ୍କ ସ୍ୱର ଉଠାଇବାକୁ ମୁଁ କଂଗ୍ରେସରେ ସାମିଲ ହୋଇଛି । ଓଡ଼ିଆ ସିନେମା ପାଇଁ ମୁହଁ ଖୋଲିଲି ବୋଲି ଏବେ ଓଡ଼ିଆ ସିନେମାରେ କିଛି ପରିବର୍ତ୍ତନ ଆସିଛି ।

ନିର୍ବାଚନ ଲଢିବି କି ନାହିଁ ତାହା ପରବର୍ତ୍ତୀ ସମୟରେ ଦଳ ନିଷ୍ପତ୍ତି ନେବ । ପୂର୍ବରୁ ଓଲିଉଡକୁ ନେଇ ଦେଖାଦେଇଥିବା ବିବାଦରେ ମନୋଜ ମିଶ୍ରଙ୍କ ସମର୍ଥନରେ ବାହାରିଥିଲେ ନରସିଂହ ମିଶ୍ର ।

Post Views34 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!