ମଧୁବାବୁ ଭତ୍ତା ୫୦୦ ଟଙ୍କା ବଢିଲା

ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର । ୫୦୦ ଟଙ୍କା ଭତ୍ତା ବଢାଇଲେ ରାଜ୍ଯ ସରକାର । ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ୧୦୦୦ ଟଙ୍କା ପେନସନ ପାଇବେ । ଜାତୀୟ ସାମାଜିକ ସୁରକ୍ଷା ହିତାଧିକାରୀ ମଧ୍ଯ ରାଜ୍ଯ ସରକାରଙ୍କ ଏହି ବର୍ଦ୍ଧିତ ଭତ୍ତା ପାଇବେ । ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନଙ୍କୁ ଚଳିତ ମାସରୁ ହିଁ ବର୍ଦ୍ଧିତ ଭତ୍ତା ପାଇବେ । ଆସନ୍ତା ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ଏହି ବର୍ଦ୍ଧିତ ରାଶି ମିଳିବ। 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳର ଲୋକ ମାନେ ପେନସନ ରାଶି ବୃଦ୍ଧି କରିବାକୁ ଅନୁରୋଧ କରିଥିଲେ। ଲୋକଙ୍କ ଅନୁରୋଧକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ସାମାଜିକ ସୁରକ୍ଷା ପେନସନ ଯୋଜନାର ଏହି ପେନସନ ରାଶି ପରିମାଣକୁ ବୃଦ୍ଧି କରିଛନ୍ତି ।ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ୫୦୦, ୭୦୦ ଓ ୯୦୦ ଟଙ୍କା ପାଉଥିଲେ । ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ ୧୦୦୦, ୧୨୦୦ ଓ ୧୪୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ ୩୬୮୩ କୋଟି ଟଙ୍କା ଖର୍ଚ୍ଚ କରିବେ। ନିକଟରେ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀମାନଙ୍କ ସଂଖ୍ୟା ବୃଦ୍ଧି କରିଥିଲେ । ଗତ ବର୍ଷ ଅଗଷ୍ଟରେ ୪.୧୩ ଲକ୍ଷ ବୃଦ୍ଧି ପାଇଥିଲା ଏବଂ ଏବେ ଆଉ ୪ ଲକ୍ଷ ଅନ୍ତର୍ଭୁକ୍ତ ହେବା ପରେ ବର୍ତ୍ତମାନ ସମୁଦାୟ ୩୬.୭୫ ଲକ୍ଷ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି। ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପେନସନ ବ୍ୟବସ୍ଥା କରିଛନ୍ତି। ଏଥିରେ ବରିଷ୍ଠ ନାଗରିକ, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ରୋଗୀ, ଓଡିଶା ରାଜ୍ୟ ଏଡ୍ସ ସେଲ ଦ୍ୱାରା ଚିହ୍ନଟକୃତ ଏଡ୍ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, କିନ୍ନର, କୋଭିଡ ଦ୍ୱାରା ହୋଇଥିବା ଅନାଥ ପିଲା ଓ ବିଧବାଙ୍କ ସହିତ ଅନ୍ଯାନ୍ୟ ଦୁର୍ବଳ ଶ୍ରେଣୀର ବ୍ୟକ୍ତିଙ୍କୁ ସାମିଲ କରାଯାଇଛି । ଏଥି ସହିତ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ହିତାଧିକାରୀମାନଙ୍କୁ ମଧ୍ୟ ରାଜ୍ୟ ସରକାର ଅତିରିକ୍ତ ସହାୟତା ଦେଉଛନ୍ତି । ଯୋଜନାରେ ଛୋଟପିଲା ଠାରୁ ୭୯ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀ ମାନେ ମାସକୁ ୫୦୦ ଟଙ୍କା, ୮୦ ବର୍ଷ ବା ଅଧିକ ବୟସର ଲୋକ ମାସକୁ ୭୦୦, ଟଙ୍କା ପାଉଥିଲେ । ଭିନ୍ନକ୍ଷମ ବ୍ୟକ୍ତିଙ୍କ କ୍ଷେତ୍ରରେ ୪୦ ରୁ ୫୯ ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ ୫୦୦, ୬୦ ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି ୭୦୦, ୬୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ୮୦ ବର୍ଷ ବୟସରୁ ଉର୍ଦ୍ଧ୍ ଲୋକଙ୍କୁ ମାସିକ ୯୦୦ ଟଙ୍କା ପାଉଥିଲେ । ଏବେ ସମସ୍ତେ ଅଧିକ ୫୦୦ ଟଙ୍କା ଅଧିକ ପାଇବେ ।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!