ନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ବିଜେଡି । ଆଜି ଶଙ୍ଖ ଭବନରେ ମିଶ୍ରଣ ପରେର୍ବ ବିଜେଡିରେ ମିଶିଛନ୍ତି ଅନୁଗୁଳର ପୂର୍ବତନ କଂଗ୍ରେସ ଜିଲ୍ଲା ସଭାପତି ବିପ୍ଳବ ଜେନା । ଶତାଧିକ ସମର୍ଥକଙ୍କ ସହ ବିଜେଡିରେ ମିଶିଛନ୍ତି ବିପ୍ଳବ । ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ବିଜେଡିରେ ମିଶିଛନ୍ତି ବିପ୍ଳବ ଜେନା ।
ଅନୁଗୁଳ ଜିଲ୍ଲା କଂଗ୍ରେସ ସଭାପତି ପଦରୁ ସେ କିଛି ଦିନ ତଳେ ଇସ୍ତଫା ଦେବା ସହ ଦଳ ଛାଡ଼ିଥିଲେ । ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି ।ବିପ୍ଳବ ଓ ୧୫ଶହ କଂଗ୍ରେସ ନେତା ବିଜେଡିରେ ସାମିଲ ହୋଇଛନ୍ତି ।
ସୂଚନା ଯୋଗ୍ୟ ଯେ, କିଛିଦିନ ପୂର୍ବରୁ କଂଗ୍ରେସ ଛାଡ଼ିଥିବା ପୂର୍ବତନ ରାଜନଗର ବିଧାୟକ ତଥା ପୂର୍ବତନ କେନ୍ଦ୍ରାପଡ଼ା କଂଗ୍ରେସ ଜିଲ୍ଲା ସଭାପତି ଅଂଶୁମାନ ମହାନ୍ତି ଦୁଇ ଦିନ ତଳେ ବିଜେଡିରେ ଯୋଗ ଦେଇଥିଲେ ।

