` ଭବିଷ୍ୟତ ଲାଗି ଆମ ଯୁବପିିଢ଼ିକୁ ପ୍ରସ୍ତୁତ କରିବାକୁ ପଡ଼ିବ’

ରାଜ୍ୟ ସରକାରଙ୍କ ‘ନୂଆ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱରଠାରେ ଆୟୋଜିତ ହୋଇଛି ଦୁଇଦିନିଆ ‘ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’ ।  କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଏଭଳି ପଦକ୍ଷେପ ରାଜ୍ୟର ଦୀର୍ଘସ୍ଥାୟୀ ବିକାଶ ତଥା ଭବିଷ୍ୟତ ଲାଗି ଯୁବପିିଢ଼ିଙ୍କ ଦକ୍ଷତା ବୃଦ୍ଧି ଲାଗି ଏକ ମାର୍ଗଦର୍ଶନ ହେବ ବୋଲି କହିଛନ୍ତି । ବର୍ତ୍ତମାନ ସମୟରେ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ଘଟୁଛି । ତେଣୁ ଏହା ସହିତ ତାଳ ଦେଇ ଆମକୁ ଆମର ସାମାଜିକ ଓ ଅର୍ଥନୈତିକ ଧାରାକୁ ସମୃଦ୍ଧ କରିବାକୁ ହେବ । ଭବିଷ୍ୟତ ଲାଗି ଆମ ଯୁବପିିଢ଼ିକୁ ପ୍ରସ୍ତୁତ କରିବାକୁ ପଡ଼ିବ । ଏହି ସମ୍ମିଳନୀ ଆମକୁ ରାଜ୍ୟର ଦ୍ରୁତ ଅଭିବୃଦ୍ଧି, ଭବିଷ୍ୟତ ଲାଗି ଦକ୍ଷ ମାନବ ସମ୍ବଳ ପ୍ରସ୍ତୁତି ଏବଂ ଯୁବପିିଢ଼ିଙ୍କ ଲାଗି ନୂତନ ଓ ବ୍ୟାପକ ନିଯୁକ୍ତି ସମ୍ଭାବନା ସୃଷ୍ଟି କରିବା ଦିଗରେ ବିଶେଷ ସହାୟକ ହେବ’, କହିଥିଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ।

ଓଡ଼ିଶାର ଦ୍ରୁତ ବିକାଶ ପରିପ୍ରେକ୍ଷୀରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ରୂପାନ୍ତରଣ ଆମ ପାଇଁ କେବଳ ଏକ ନୂଆ ବାଟ ନୁହେଁ, ଏହା ଏକ ଆବଶ୍ୟକତା । ପ୍ରମୁଖ ଶିଳ୍ପ ନେତୃତ୍ୱ ଏବଂ ବିଭିନ୍ନ ଅଂଶୀଦାରମାନେ ଏକାଠି ହୋଇ ଭବିଷ୍ୟତର ମାନବ ସମ୍ବଳ ଲାଗି ଅପାର ସମ୍ଭାବନା ତଥା ଓଡ଼ିଶା ପାଇଁ ଅସୀମ ସମୃଦ୍ଧି ସୃଷ୍ଟି ଲାଗି ରାସ୍ତା ପ୍ରସ୍ତୁତ କରିବା ଏଭଳି କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ ।କାର୍ଯ୍ୟକ୍ରମରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରୀତିରଞ୍ଜନ ଘଡ଼ାଇ ଯୋଗଦେଇଥିଲେ । ସେ କହିଥିଲେ ଯେ ଆଜି ସ୍କିଲï-ଇନ୍‌-ଓଡ଼ିଶା ଏକ ବିଶ୍ୱସ୍ତରୀୟ ବ୍ରାଣ୍ଡ ହୋଇଥିବାବେଳେ ଓଡ଼ିଶା ଏକ ପ୍ରମୁଖ ଦକ୍ଷତା ବିକାଶ କେନ୍ଦ୍ର ଭାବେ ପରିଗଣିତ ହେଉଛି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଆୟୋଜିତ ଏହି ଶିଖର ସମ୍ମିଳନୀ ଦେଶବିଦେଶର ନିଯୁକ୍ତିଦାତା ଏବଂ ନିବେଶକମାନଙ୍କୁ ଆକୃଷ୍ଟ କରିବାରେ ସହାୟକ ହେବ । ଏହି ଅବସରରେ ଓଡ଼ିଶାର ଯୁବପିିଢ଼ିଙ୍କ ଦକ୍ଷତା ବିକାଶ ଓ ନିଯୁକ୍ତି ସୁଯୋଗକୁ ବ୍ୟାପକ କରିବା ପାଇଁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ବିଭିନ୍ନ ପ୍ରମୁଖ ସଂସ୍ଥା ସହିତ ଏମଓୟୁ ସ୍ୱାକ୍ଷର କରାଯାଇଥିଲା ।

ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ‘ସ୍କିଲï ଇନ୍‌ ଓଡ଼ିଶା’ ଇଣ୍ଟର୍ଣ୍ଣସିପ୍‌ କାର୍ଯ୍ୟକ୍ରମ ଏବଂ ନାନୋ ୟୁନିକର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ବିଦେଶରେ ଓଡ଼ିଶାର ଯୁବପିିଢ଼ିଙ୍କ ନିଯୁକ୍ତି ସୁଯୋଗ ପାଇଁ ବିଶ୍ୱ ଦକ୍ଷତା କେନ୍ଦ୍ର ଏବେ ଏକ ରିକ୍ରୁଟମେଣ୍ଟ ଏଜେନ୍ସି ଭାବେ କାମ କରିବ । ଏହି କାର୍ଯ୍ୟକ୍ରମର ମଧ୍ୟ ଶୁଭାରମ୍ଭ ହୋଇଥିଲା ।  ଅଧିବେଶନରେ ୫-‘ଟି’ ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ ଯୋଗ ଦେଇଥିଲେ । ଆରମ୍ଭରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଶ୍ରୀମତୀ ଅଳକା ମିଶ୍ର ସ୍ୱାଗତ ଭାଷଣ ଦେଇଥିଲେ । ଶେଷରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଊଷା ପାଢ଼ୀ ଧନ୍ୟବାଦ ପ୍ରଦାନ କରିଥିଲେ । ସୋମବାର ଦିନ ପୂର୍ବହ୍ନରୁ ଏହି ଅନ୍ତର୍ଜାତୀୟ ସମ୍ମିଳନୀ ଆରମ୍ଭ ହୋଇଥିଲା । ବିଭିନ୍ନ ଅଧିବେଶନରେ ଓଡ଼ିଶାର ଅଭିବୃଦ୍ଧି, ଶିଳ୍ପ ସମ୍ଭାବନା ଏବଂ ଦକ୍ଷତା ବିକାଶ ଓ ନିଯୁକ୍ତି ସୁଯୋଗ ଆଦି ଉପରେ ଆଲୋଚନା କରାଯାଇଥିଲା । ଏଥିରେ ଦେଶବିଦେଶରୁ ଆସିଥିବା ବିଭିନ୍ନ ଶିଳ୍ପ କ୍ଷେତ୍ର, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ନିଯୁକ୍ତି ଓ ମାନବ ସମ୍ବଳ ବିକାଶ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିତ୍ୱ ଏବଂ ବିଶେଷଜ୍ଞମାନେ ଯୋଗ ଦେଇଛନ୍ତି । ସେମାନଙ୍କ ସହ ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀ, ବିଶେଷକରି ଦକ୍ଷତା ବିକାଶ କ୍ଷେତ୍ର ସହ ଜଡ଼ିତ ପ୍ରଶାସକ ଓ ପ୍ରଶିକ୍ଷକମାନେ ଯୋଡ଼ି ହୋଇଛନ୍ତି ।ସମ୍ମିଳନୀର ବିଭିନ୍ନ ଅଧିବେଶନରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା, ଇଲେକ୍‌ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ପ୍ରମୁଖ ଶାସନ ସଚିବ  ମନୋଜ ମିଶ୍ର ଏବଂ ବୈଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ତଥା ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣର ସିଇଓ ରେଘୁ ଜି ପ୍ରମୁଖ ଯୋଗ ଦେଇଥିଲେ । ପ୍ରଥମ ଅଧିବେଶନ ଅବସରରେ ‘ଷ୍ଟ୍ରାଟେଜି ଆଣ୍ଡ ଆକ୍ସନ ପ୍ଲାନ୍‌ ଫର୍‌ ଡିଜିଟାଲ ସ୍କିଲିଂ’ ବିଷୟରେ ଏକ ସ୍ୱତନ୍ତ୍ର ପୁସ୍ତିକା ଉନ୍ମୋଚନ କରାଯାଇଥିଲା । ସେହିପରି ‘ସ୍କିଲ୍‌ଡ଼ ଇନ୍‌ ଓଡ଼ିଶା’ କାର୍ଯ୍ୟକ୍ରମର ସଫଳତାକୁ ନେଇ ଏକ ଭିଡିଓ ପ୍ରଦର୍ଶନ କରାଯାଇଥିଲା ।

Post Views36 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!