ବରଗଡ଼ରେ ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଜିଲ୍ଲା ଗସ୍ତରେ ଯାଇ ବିଜେପୁରର କନାପାଲିଠାରେ ବରଗଡ଼ ଜିଲ୍ଲାରେ ୨୧୪୯ କୋଟି ଟଙ୍କା ମୂଲ୍ୟର ୬୨ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଛନ୍ତି। ଏଥି ସହିତ ୨୬୩ କୋଟି ୩୩ ଲକ୍ଷ ୧୮ ହଜାର ଟଙ୍କା ବ୍ୟୟରେ ୨୧ଟି ବିଭିନ୍ନ ଉନ୍ନୟନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ୧୬୭୭ କୋଟି ୪୨ ଲକ୍ଷ ଟଙ୍କା ବ୍ୟୟରେ ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପ, ୧୦୬ କୋଟି ୬ ଲକ୍ଷ ଟଙ୍କା ବ୍ୟୟରେ ୫ ମହଲା ବଶିଷ୍ଟ ୧୦୦ ଶଯ୍ୟା ବିଶିଷ୍ଟ କର୍କଟ ରୋଗ ଚିକିତ୍ସା କେନ୍ଦ୍ର, ଭକ୍ତ, ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ସୁବିଧା ପାଇଁ ୨୨ କୋଟି ୭୮ ଲକ୍ଷ ଟଙ୍କା ବ୍ୟୟରେ ରୂପାନ୍ତରିତ ନୃସିଂହନାଥ ପୀଠ ପ୍ରମୁଖ ରହିଛି।

ଏହାସହ ସୋହେଲାନୂଆପଡା ବିଜୁ ଏକ୍ସପ୍ରେସ ୱେ, ୩୧୭ଟି ହାଇସ୍କୁଲ ରୂପାନ୍ତରିତ କାର୍ଯ୍ୟ ମଧ୍ୟ ସଂମ୍ପନ୍ନ ହୋଇଛି। ଏଥି ସହିତ ୫୬ଟି କଲେଜକୁ ଅତ୍ୟାଧୁନିକ ଶିକ୍ଷା ବ୍ୟବସ୍ଥାରେ ରୂପାନ୍ତର କାର୍ଯ୍ୟ, ୫ଟି ସ୍ୱାସ୍ଥ୍ୟ ଅନୁଷ୍ଠାନକୁଆମ ହସ୍ପିଟାଲକୁ ରୂପାନ୍ତରଣ, ୧୮୫ଟି ବ୍ୟାଙ୍କ ନଥିବା ଗ୍ରାମପଞ୍ଚାୟତମାନଙ୍କୁଆମ ବ୍ୟାଙ୍କସୁବିଧା, ଲକ୍ଷ୍ମୀ ଯୋଜନାରେ ୨୬୨ଟି ବସ୍ ଷ୍ଟପେଜ୍‌, ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା ଅଧିନରେ ୪୩୧ଟି କଲ୍ୟାଣ ମଣ୍ଡପ, କମ୍ୟୁନିଟି ସେଣ୍ଟର ଓ ଧାର୍ମିକ ସ୍ଥଳୀର ଉନ୍ନତି କାର୍ଯ୍ୟ ଏବଂଆମ ଓଡ଼ିଶା ନବୀନ ଓଡ଼ିଶାରେ ୧୨୬ କୋଟି ୫୦ ଲକ୍ଷ ଟଙ୍କା ବିନିମୟରେ ୩୧୩୫ଟି ପ୍ରକଳ୍ପ ଜିଲ୍ଲାରେ କାର୍ଯ୍ୟକାରୀ ହେଉଛି।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!